Cyclone Alert: ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା! ୨୪ ଘଣ୍ଟାରେ ନେଇପାରେ ଭୟଙ୍କର ରୂପ...
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହା ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ପଶ୍ଚିମ-ମଧ୍ୟ ବଙ୍ଗୋପସାଗରରେ ପହଞ୍ଚିବାର ସମ୍ଭାବନା ରହିଛି।
Cyclone Alert: ବଙ୍ଗୋପସାଗରରେ ପୁଣି ଏକ ସମ୍ଭାବ୍ୟ ବାତ୍ୟାକୁ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ପରେ ଚିନ୍ତା ବଢ଼ିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘନୀଭୂତ ଲଘୁଚାପ କ୍ଷେତ୍ର ଆଗାମୀ ୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଆକଳନ କରାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହା ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ପଶ୍ଚିମ-ମଧ୍ୟ ବଙ୍ଗୋପସାଗରରେ ପହଞ୍ଚିବାର ସମ୍ଭାବନା ରହିଛି।
ଲଘୁଚାପର ଘନୀଭୂତ ହେବା ପ୍ରକ୍ରିୟା ଉପରେ ପାଣିପାଗ ବିଭାଗ ନଜର ରଖିଛି। ଏହାର ଗତିପଥ, ତୀବ୍ରତା ଏବଂ ପରବର୍ତ୍ତୀ ପ୍ରଭାବ ସମ୍ପର୍କରେ ଆଗାମୀ ସମୟରେ ଅଧିକ ସ୍ପଷ୍ଟ ଚିତ୍ର ମିଳିପାରିବ।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ଉପକୂଳ ସମେତ ଓଡ଼ିଶାରେ ମଧ୍ୟ ପାଣିପାଗ ସ୍ଥିତି ଉପରେ ନଜର ରଖିବା ଜରୁରୀ। ତେବେ ଏହି ସମୟରେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ କେତେ ରହିବ, ତାହା ନେଇ ଏବେଠାରୁ କୌଣସି ନିଶ୍ଚିତ ଆକଳନ କରାଯାଇନାହିଁ।
ପାଣିପାଗ ବିଭାଗର ପରବର୍ତ୍ତୀ ବୁଲେଟିନ୍ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ମତ୍ସ୍ୟଜୀବୀ, ଚାଷୀ ଏବଂ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକମାନେ IMDର ସରକାରୀ ସତର୍କ ସୂଚନା ଓ ପରାମର୍ଶ ଅନୁସରଣ କରିବା ଆବଶ୍ୟକ।