SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Nayagarh News: ଡିଭାଇଡରରେ ପିଟି ହେଲା ଆମ୍ବୁଲାନ୍ସ, ଘଟଣାସ୍ଥଳରେ ୩ ମୃତ

Nayagarh News: ଏମିତିବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟପାଲଟ ହୋଇଯାଏ ସବୁ କିଛି। କ୍ଷଣିକ ମଧ୍ୟରେ ଚୁନା ହୋଇଯାଏ ସବୁ ସ୍ବପ୍ନ। ଭୟଙ୍କର ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଭାରସ୍ୟାମ ହରାଇ ଡିଭାଇଡ଼ର ରେ ଆମ୍ବଲାନ୍ସ ପିଟି ହେବାରୁ ତିନି ଜଣଙ୍କର ମୃତ୍ୟୁ ଘଟିଛି।

Written By Narmada Behera Edited By Narmada Behera
Published: Nov 08, 2026, 07:05 PM IST | Updated: Nov 08, 2026, 07:07 PM IST
Image Credit: Representative -Social Media
Join

Nayagarh  News: ଏମିତିବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟପାଲଟ ହୋଇଯାଏ ସବୁ କିଛି। କ୍ଷଣିକ ମଧ୍ୟରେ ଚୁନା ହୋଇଯାଏ ସବୁ ସ୍ବପ୍ନ। ଭୟଙ୍କର ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।  ଭାରସ୍ୟାମ ହରାଇ ଡିଭାଇଡ଼ର ରେ ଆମ୍ବଲାନ୍ସ ପିଟି ହେବାରୁ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ନାହିଁ। ଭୁବନେଶ୍ବରରୁ ମୃତଦେହ ନେଇ ଯିବା ସମୟରେ ଏହି ଦଶପଲ୍ଲାର ଶାଳଭଙ୍ଗା ଜଙ୍ଗଲ ନିକଟରେ ଏହି ଛାତିଥର ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ପୁଅ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କିଭଳି ସ୍ଥିତିରେ ଏ-ହି ଦୁର୍ଘଟଣା ଘଟିଲା ସେନେଇ ପୋଲିସ୍ ଛାନଭିନ୍ ଆରମ୍ଭ କରିଛି।  ତେବେ ଆମ୍ବୁଲାନ୍ସ ମୃତଦେହକୁ ଧରି ବଲାଙ୍ଗୀରର ଦେଓଗାଁକୁ ଯାତ୍ରା କରୁଥିଲା।

 

Add Zee News as a Preferred Source
TAGS:

About the Author

ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
Read More

ZEENEWS TRENDING STORIES