Chameli Ojha: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ର ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପରିବାର ଉପରେ ଆକ୍ରମଣ ଅଭିଯୋଗ। ଦୁଇ ଜଣ ଯୁବକଙ୍କ ଆକ୍ରମଣରେ ଚାମେଲିଙ୍କ ବାପା, ଭାଇ ଓ ଜଣେ ସମ୍ପର୍କୀୟ ଗୁରୁତର ଆହତ ହୋଇଛନ୍ତି। ତିନି ଜଣଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଦୁଇ ଯୁବକ ଆକ୍ରମଣ କରିବାରୁ ଚାମେଲି ଓଝାଙ୍କ ପରିବାରର ତିନି ଜଣ ଗୁରୁତର ଆହତ ହୋଇଥିବା କୁହାଯାଉଛି।

ଘଟଣାକୁ ନେଇ ମାର୍ଶାଘାଇ ଥାନାରେ ଉଭୟ ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ କରୁଛି। ତେବେ ଆକ୍ରମଣର ପ୍ରକୃତ କାରଣ ଓ ଘଟଣାର ସମ୍ପୂର୍ଣ୍ଣ ତଥ୍ୟ ତଦନ୍ତ ପରେ ସ୍ପଷ୍ଟ ହେବ।