SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Chameli Ojha: ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପରିବାର ଉପରେ ଆକ୍ରମଣ, ୩ ଗୁରୁତର

ସୂଚନା ଅନୁସାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଦୁଇ ଯୁବକ ଆକ୍ରମଣ କରିବାରୁ ଚାମେଲି ଓଝାଙ୍କ ପରିବାରର ତିନି ଜଣ ଗୁରୁତର ଆହତ ହୋଇଥିବା କୁହାଯାଉଛି।

Written By Priyambada Rana Edited By Priyambada Rana
Published: Nov 09, 2026, 01:20 PM IST | Updated: Nov 09, 2026, 01:22 PM IST
Image Credit: Chameli Ojha: ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପରିବାର ଉପରେ ଆକ୍ରମଣ, ୩ ଗୁରୁତର
Join

Chameli Ojha: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍‌ର ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପରିବାର ଉପରେ ଆକ୍ରମଣ ଅଭିଯୋଗ। ଦୁଇ ଜଣ ଯୁବକଙ୍କ ଆକ୍ରମଣରେ ଚାମେଲିଙ୍କ ବାପା, ଭାଇ ଓ ଜଣେ ସମ୍ପର୍କୀୟ ଗୁରୁତର ଆହତ ହୋଇଛନ୍ତି। ତିନି ଜଣଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଦୁଇ ଯୁବକ ଆକ୍ରମଣ କରିବାରୁ ଚାମେଲି ଓଝାଙ୍କ ପରିବାରର ତିନି ଜଣ ଗୁରୁତର ଆହତ ହୋଇଥିବା କୁହାଯାଉଛି।

ଘଟଣାକୁ ନେଇ ମାର୍ଶାଘାଇ ଥାନାରେ ଉଭୟ ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ କରୁଛି। ତେବେ ଆକ୍ରମଣର ପ୍ରକୃତ କାରଣ ଓ ଘଟଣାର ସମ୍ପୂର୍ଣ୍ଣ ତଥ୍ୟ ତଦନ୍ତ ପରେ ସ୍ପଷ୍ଟ ହେବ।

Add Zee News as a Preferred Source
TAGS:

About the Author

I am Priyambada Rana, a journalist and content professional with experience in digital media and journalism. I previously worked with Krishi Jagran, where I gained experience in agricultural journalism and content creation. Currently, I am working as a Sub-Editor at India.com, focusing on content writing, editing, research, and producing engaging digital content for readers.
Read More

ZEENEWS TRENDING STORIES