• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଓଡ଼ିଶା
  • /୫ ଲକ୍ଷ ନୂଆ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

୫ ଲକ୍ଷ ନୂଆ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣଙ୍କୁ ମରଣକୁ ଆଉ ଜଣେ ଅପେକ୍ଷା କରି ରହିବା ଅମାନବୀୟ ବ୍ୟବସ୍ଥା ଥିଲା ଆଜି ଠାରୁ ଆଉ କାହାକୁ ଭତ୍ତା ପାଇଁ ଅପେକ୍ଷା କରିବାକୁ ପଡ଼ିବ ନାହିଁ ।

Written BySoubhagya Ranjan MishraEdited BySoubhagya Ranjan Mishra
Published: Nov 10, 2026, 02:23 PM IST|Updated: Nov 10, 2026, 02:25 PM IST
joinshare
୫ ଲକ୍ଷ ନୂଆ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
Image Credit: CM Mohan Charan Majhi

About the Author

Soubhagya Ranjan Mishra

Soubhagya Ranjan Mishra

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ଟ୍ରେଣ୍ଡିଂ

  • ଖବର
  • ଫୋଟୋ
  • ଭିଡିଓ
ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

2

Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

3

ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

4

Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

5

ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

logo
  • contact us
  • privacy policy
  • legal
  • investor info
  • advertise with us
© 1998-2026 Indiadotcom Digital Private Limited, All Rights Reserved.

ବାଲେଶ୍ୱର: ୫ ଲକ୍ଷ ନୂଆ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଓଡ଼ିଶା ପାଇଁ ଐତିହାସିକ ଦିନ । ଆଉ କାହାକୁ ଭତ୍ତା ପାଇଁ ଅପେକ୍ଷା କରିବାକୁ ପଡ଼ିବ ନାହିଁ । ଗତ ସରକାର ସମୟରେ ଏହାକୁ ବନ୍ଦ କରାଯାଇଥିଲା । ଗତ ସରକାର ଜିଲ୍ଲାମାନଙ୍କ ପାଇଁ କୋଟା ବ୍ୟବସ୍ଥା କରିଥିଲେ, ଫଳରେ ଯୋଗ୍ୟ ହିତାଧିକାରୀ ହୋଇ ବି ଅପେକ୍ଷା କରି ରହିଥିଲେ । ଭ୍ୟାକେନ୍ସି ହେଲେ ଯାଇ ସେମାନଙ୍କୁ ଭତ୍ତା ପ୍ରଦାନ ବ୍ୟବସ୍ଥା ଥିଲା । ଗୋଟିଏ ପଦ ଖାଲି ହେଲେ ଜଣଙ୍କୁ ସେହି ତାଲିକାରେ ଯୋଡ଼ା ଯାଉଥିଲା କିନ୍ତୁ ଆମ ସରକାର ଏପରି ଏକ ଅମାନବୀୟ ବ୍ୟବସ୍ଥା ଦୂର ପାଇଁ ନିଷ୍ପତ୍ତି ନେଲା ।

ରାଜ୍ୟରେ ସାମାଜିକ ସୁରକ୍ଷା ହେଉଛି ସୁନିଶ୍ଚିତ। ରାଜ୍ୟର ୫ଲକ୍ଷରୁ ଊର୍ଦ୍ଧ୍ବ ନୂତନ ହିତାଧିକାରୀଙ୍କୁ ଅକ୍ଟୋବର ମାସରୁ ମଧୁବାବୁ ପେନସନ୍ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ବାଲେଶ୍ୱରରେ ଆୟୋଜିତ ରାଜ୍ଯସ୍ତରୀୟ କାର୍ଯ୍ୟକ୍ରମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏଥିସହିତ ଏକିକୃତ ପେନସନ୍ ପରିଚାଳନା ପୋର୍ଟାଲ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ। #ଲୋକଙ୍କସରକାର #TimelyPension

— I & PR Department, Odisha (@IPR_Odisha) November 10, 2026

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଜଣଙ୍କୁ ମରଣକୁ ଆଉ ଜଣେ ଅପେକ୍ଷା କରି ରହିବା ଅମାନବୀୟ ବ୍ୟବସ୍ଥା ଥିଲା ଆଜି ଠାରୁ ଆଉ କାହାକୁ ଭତ୍ତା ପାଇଁ ଅପେକ୍ଷା କରିବାକୁ ପଡ଼ିବ ନାହିଁ । ଏହା ଆମ ସରକାରଙ୍କ ପାଇଁ ଏହା ଐତିହାସିକ ନିଷ୍ପତ୍ତି । ପୂର୍ବରୁ ୩୬ ଲକ୍ଷ ୭୫ ହଜାର ହିତାଧିକାରୀ ଭତ୍ତା ପାଉଥିଲେ ଆଜି ଏହି ସଂଖ୍ୟା ବଢ଼ି ୪୧ ଲକ୍ଷ ୮୦ ହଜାର ୮୨୫ରେ ପହଞ୍ଚିଛି । ଏଥିସହ ଭତ୍ତା ପାଇବା ପାଇଁ ଅନଲାଇନ୍‌ରେ ବ୍ୟବସ୍ଥା କରାଯାଇଛି । ଆଜିଠାରୁ UPMP ପୋର୍ଟାଲରେ ଆବେଦନ କରି ସୁବିଧା ପାଇବେ । ଘରର କେହି ଲୋକ ବି ଜନସେବା କେନ୍ଦ୍ର ମାଧ୍ୟମରେ ଆବେଦନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଲୋକଙ୍କ ସରକାରରେ ସାମାଜିକ ସୁରକ୍ଷା ଓ ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ସମ୍ମାନଜନକ ଜୀବନଧାରଣକୁ ସର୍ବୋଚ୍ଚ ଗୁରୁତ୍ୱ ଦେଇ ଭତ୍ତା ପ୍ରଦାନ ବ୍ୟବସ୍ଥାରେ ଏକ ବଡ଼ ଐତିହାସିକ ପରିବର୍ତ୍ତନ ଅଣାଯାଇଛି । ସମଗ୍ର ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ, ସରଳ ଓ ତ୍ୱରିତ କରିବା ପାଇଁ 'ୟୁନିଫାଏଡ୍ ପେନସନ୍ ମ୍ୟାନେଜମେଣ୍ଟ ପୋର୍ଟାଲ୍' (UPMP)ର ଶୁଭାରମ୍ଭ କରାଯିବା ସହ ମଧୁବାବୁ ପେନସନ୍ ଯୋଜନାକୁ ସାଚୁରେସନ୍ ମୋଡ୍‌ରେ କାର୍ଯ୍ୟକାରୀ କରାଯାଉଛି । #PensionForAll #କଥାଦେଇକଥାରଖିଲେ #ଭତ୍ତାପାଇଁଅପେକ୍ଷାରଯୁଗଶେଷ #promisedelivered

— CMO Odisha (@CMO_Odisha) November 10, 2026

ଆଜି ବାଲେଶ୍ୱର ରିଜର୍ଭ ପୋଲିସ୍ ପଡ଼ିଆଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ୫ ଲକ୍ଷରୁ ଊର୍ଦ୍ଧ୍ଵ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନର ଶୁଭାରମ୍ଭ କରିବା ସହ ଏକୀକୃତ ପେନ୍‌ସନ୍ ପରିଚାଳନା ପୋର୍ଟାଲ୍ (UPMP) ର ଶୁଭ ଉଦ୍‌ଘାଟନ କରିବେ। #PensionForAll #କଥାଦେଇକଥାରଖିଲେ #ଭତ୍ତାପାଇଁଅପେକ୍ଷାରଯୁଗଶେଷ #PromiseDelivered

— CMO Odisha (@CMO_Odisha) November 10, 2026

Also Read- Budh Margi 2026: ବୁଧଙ୍କ ପ୍ରଭାବରୁ ୪ ରାଶିକୁ ମିଳିବ ଲାଭ

Add Zee News as a Preferred Source
TAGS:
Odia News