SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Schools Closed: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟ,ଏହି ଜିଲ୍ଲାରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

ଏହି ଛୁଟି ସତ୍ତ୍ୱେ ଶିକ୍ଷାନୁଷ୍ଠାନର ଶିକ୍ଷକ, ଅଣଶିକ୍ଷକ କର୍ମଚାରୀ ଏବଂ ଅଙ୍ଗନବାଡ଼ି କର୍ମୀମାନେ ନିୟମିତ ଭାବେ ନିଜ ଦାୟିତ୍ୱରେ ଉପସ୍ଥିତ ରହିବେ। ଆବଶ୍ୟକ ପଡ଼ିଲେ ଜିଲ୍ଲା ପ୍ରଶାସନ ସେମାନଙ୍କ ସେବାକୁ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ କରିପାରିବ।

Written By Priyambada Rana Edited By Priyambada Rana
Published: Nov 17, 2026, 20:20 IST | Updated: Nov 17, 2026, 22:48 IST
Image Credit: AI
Join

ମାଲକାନଗିରି: ସମ୍ଭାବ୍ୟ ବାତ୍ୟା ‘ଅକୱାନ’ (Akvan)କୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଦୁଇ ଦିନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ଘୋଷଣା କରାଯାଇଛି। ଏନେଇ ନଭେମ୍ବର ୧୭ ତାରିଖରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଏକ ସରକାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା, ଝଡ଼ ପବନ ଏବଂ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଦେଖାଦେବାର ଆଶଙ୍କା ରହିଥିବାରୁ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସୁରକ୍ଷା ନିମନ୍ତେ ଏହି ପଦକ୍ଷେପ ନିଆଯାଇଛି।

ଜାରି ନିର୍ଦ୍ଦେଶ ଅନୁଯାୟୀ, ଆସନ୍ତା ନଭେମ୍ବର ୧୯ ଓ ୨୦ ତାରିଖରେ ଜିଲ୍ଲାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ, କଲେଜ ସମେତ ଅନ୍ୟ ଶିକ୍ଷାନୁଷ୍ଠାନ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ।

ତେବେ ଏହି ଛୁଟି ସତ୍ତ୍ୱେ ଶିକ୍ଷାନୁଷ୍ଠାନର ଶିକ୍ଷକ, ଅଣଶିକ୍ଷକ କର୍ମଚାରୀ ଏବଂ ଅଙ୍ଗନବାଡ଼ି କର୍ମୀମାନେ ନିୟମିତ ଭାବେ ନିଜ ଦାୟିତ୍ୱରେ ଉପସ୍ଥିତ ରହିବେ। ଆବଶ୍ୟକ ପଡ଼ିଲେ ଜିଲ୍ଲା ପ୍ରଶାସନ ସେମାନଙ୍କ ସେବାକୁ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ କରିପାରିବ।

ALSO READ: Cyclone Akvan: ବଙ୍ଗୋପସାଗରରେ ବାତ୍ୟା ‘ଅକଭାନ୍’! ୧୯ରେ ଅତି ଭୀଷଣ ରୂପ, ଜାଣନ୍ତୁ କେଉଁ ଦିନ ଲ୍ୟାଣ୍ଡଫଲ୍..

ଏଥିସହ ସମ୍ପୃକ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟ, ବିଭାଗୀୟ ଅଧିକାରୀ, ପୁଲିସ ଓ ବ୍ଲକ୍ ପ୍ରଶାସନକୁ ଏହି ନିର୍ଦ୍ଦେଶର ତୁରନ୍ତ ଅନୁପାଳନ ଏବଂ ଶିଶୁ ଓ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ କୁହାଯାଇଛି।

ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଜିଲ୍ଲା ପ୍ରଶାସନର ଏହି ନିଷ୍ପତ୍ତି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱ ବହନ କରୁଛି।

Add Zee News as a Preferred Source
TAGS:

About the Author

I am Priyambada Rana, a journalist and content professional with experience in digital media and journalism. I previously worked with Krishi Jagran, where I gained experience in agricultural journalism and content creation. Currently, I am working as a Sub-Editor at India.com, focusing on content writing, editing, research, and producing engaging digital content for readers.
Read More

ZEENEWS TRENDING STORIES