SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Cyclone Update: ଆନ୍ଧ୍ର ନୁହେଁ ଓଡ଼ିଶା ମୁହାଁ 'ବାତ୍ୟା'! ସ୍ପଷ୍ଟ କଲେ IMD ଡିଜି

ନଭେମ୍ୱର ୧୯ ସକାଳ ୮ଟା ୩୦ରୁ ୨୦ ତାରିଖ ସକାଳ ୮ଟା ୩୦ ଯାଏଁ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାକୁ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି ।

Written By Soubhagya Ranjan Mishra Edited By Soubhagya Ranjan Mishra
Published: Nov 18, 2026, 14:34 IST | Updated: Nov 18, 2026, 14:52 IST
Image Credit: Canva/ZEE Odisha News
Join

Cyclone Update: ବାତ୍ୟା ସମ୍ପର୍କୀତ ଏକ ବଡ ଖବର ସାମ୍ନାକୁ ଆସିଛି । ବର୍ତ୍ତମାନ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା । ନରସାପୁର ଓ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି । ବିଶେଷକରି କଳିଙ୍ଗପତନମ ଓ ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ୍‌ ହୋଇପାରେ । ଆଉ ଅଧିକ ତୀବ୍ର ହେବାର କୌଣସି ସମ୍ଭାବନା ନାହିଁ ବୋଲି ଆଇଏମଡି କହିଛି । ନଭେମ୍ୱର ୧୯ ଏବଂ ୨୦ରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର କିଛି ଜିଳ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ରୁ ୩୦ ସେମି ପର୍ଯ୍ୟନ୍ତ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀରେ ଅତ୍ୟନ୍ତ ପ୍ରବଳ ବର୍ଷିପାରେ । ନଭେମ୍ୱର ୧୯ରେ ଦକ୍ଷିଣ ଓଡ଼ିଶାରେ ସବୁଠାରୁ ବେଶୀ ବର୍ଷା ହେବ । ଉତ୍ତର ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜରେ ମଧ୍ୟ ବର୍ଷାର ପ୍ରଭାବ ରହିବ । ୨୦ ତାରିଖରେ ଲ୍ୟାଣ୍ଡଫଲ୍‌ ପରେ ବାତ୍ୟା ଶୀଘ୍ର ଦୁର୍ବଳ ହୋଇପାରେ ।

ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ମଧ୍ୟରେ ରହିଛି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଏବଂ ଗଜପତି ।

ନଭେମ୍ୱର ୧୯ ସକାଳ ୮ଟା ୩୦ରୁ ୨୦ ତାରିଖ ସକାଳ ୮ଟା ୩୦ ଯାଏଁ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାକୁ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ନଭେମ୍ୱର ୨୦ରୁ ୨୧ ତାରିଖ ସକାଳ ୮ଟା ୩୦ ଯାଏଁ ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାକୁ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, କନ୍ଧମାଳ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, ବୌଦ୍ଧ ଏବଂ ଅନୁଗୋଳ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ନଭେମ୍ୱର ୨୧ରୁ ୨୨ ତାରିଖ ସକାଳ ୮ଟା୩୦ ଯାଏଁ ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସମ୍ଭାବ୍ୟ ବାତ୍ୟା 'ଅକ୍‌ୱାନ୍‌'ର ମୁକାବିଲା ପାଇଁ ବିଭିନ୍ନ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପାତ୍ରପୁର ବ୍ଲକ୍‌ର ଦୁର୍ଗମ  ଆଙ୍କୁଲି ପଞ୍ଚାୟତ ଅନ୍ତର୍ଗତ ଏଲଗଲ ଓ ଶିରିଶିଗଣ୍ଡ ଗାଁଲୋକଙ୍କୁ ସୁରକ୍ଷିତ ଭାବେ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି । ମହେନ୍ଦ୍ରଗିରି ପର୍ବତ ସମେତ ଗଜପତି ଜିଲ୍ଲାରେ ସମସ୍ତ ଜଳପ୍ରପାତ ବନ୍ଦ ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏନେଇ ନିଷ୍ପତ୍ତି ନେଇଛି । ଆଗାମୀ ନିର୍ଦ୍ଦେଶ ଯାଏଁ ବନ୍ଦ ରହିବ ସମସ୍ତ ଜଳପ୍ରପାତ ଓ ମହେନ୍ଦ୍ରଗିରି ପର୍ବତ । ଆଜି ୪ଟାରେ ଖୋଲିବ କୋଲାବ ଜଳଭଣ୍ଡାର ପ୍ରଥମ ଗେଟ୍‌ । ସମ୍ଭାବ୍ୟ  ବାତ୍ୟା ଅକୱାନ୍‌କୁ ଦୃଷ୍ଟିରେ ରଖି ଖୋଲାଯିବ ଗେଟ୍‌ । ଏବେ ଜଳଭଣ୍ଡାରରେ ୮୫୬.୨୧ ମିଟର ଜଳସ୍ତର ରହିଛି । ୨୦୦୬, ୨୦୧୮ ଓ ୨୦୨୪ରେ ଖୋଲିଥିଲା ଜଳଭଣ୍ଡାରର ଗେଟ୍‌ ।

ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌ ହୋଇଛି । ଆଜିଠୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନଛାଡ଼ିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି । ସମ୍ଭାବ୍ୟ ବାତ୍ୟା ଅକୱାନକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏନେଇ ନିର୍ଦ୍ଦେଶ ଦେଇଛନ୍ତି ।

ପର୍ଯ୍ୟଟକ ଓ ଯାତ୍ରୀଙ୍କ ସୁରକ୍ଷା ପାଇଁ SRC ପରାମର୍ଶ ଦେଇଛନ୍ତି । ପର୍ଯ୍ୟଟନ ଓ ପରିବହନ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଯେ, ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବେଳାଭୂମି ପର୍ଯ୍ୟଟନ ବନ୍ଦ ରଖନ୍ତୁ । ରାଜପଥରେ ପାଟ୍ରୋଲିଂ କଡ଼ାକଡ଼ି କରିବାକୁ ପରାମର୍ଶ ଦିଆଯାଇଛି । ବ୍ୟାରିକେଡ୍ ଓ ସତର୍କତା ସୂଚନା ଫଳକ ଲଗାଇବାକୁ ନିର୍ଦ୍ଦେଶ ଜାରି ହୋଇଛି ।

Also Read- Odisha Assembly: ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି

Add Zee News as a Preferred Source
TAGS:

About the Author

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ZEENEWS TRENDING STORIES