• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଓଡ଼ିଶା
  • /Odisha News: ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି଼ ବସିଲା ଭଞ୍ଜପୁର ପୋଲିସ,୩ ଗିରଫ

Odisha News: ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି଼ ବସିଲା ଭଞ୍ଜପୁର ପୋଲିସ,୩ ଗିରଫ

Odisha News: ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି଼ ବସିଲା ଭଞ୍ଜପୁର ପୋଲିସ,୩ ଗିରଫ

Reported ByAbhaya MohantyEdited ByNarmada Behera
Published: Nov 04, 2026, 01:06 PM IST|Updated: Nov 04, 2026, 01:10 PM IST
joinshare
Odisha News: ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି଼ ବସିଲା ଭଞ୍ଜପୁର ପୋଲିସ,୩ ଗିରଫ
Image Credit: Representative - Zee Odisha News

About the Author

    Abhaya Mohanty

    Abhaya Mohanty

    Abhaya Mohanty
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Odisha News: ମୟୁରଭଞ୍ଜ ଜିଲ୍ଲାରେ ନିଶା ଦ୍ରବ୍ୟ ଚୋରା ଚାଲାଣ ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଚୋରା ଗଞ୍ଜେଇ ଚାଲାଣ ରୋକିବା ଦିଗରେ ବାରିପଦା ଭଞ୍ଜପୁର ଥାନା ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି। ଲକ୍ଷ୍ମୀପୋଷି ଫାଣ୍ଡି ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ ରାସ୍ତାରେ ଗୋଡାଇ ଗୋଡାଇ ବେଆଇନ ଗଞ୍ଜେଇ ଚାଲାଣ କାର ଉପରେ ଚଢ଼ାଉ କରି ପୋଲିସ ୩ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିବାରେ ସଫଳ ହୋଇଛି।

    ଏଥିସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ,ନଗଦ ଟଙ୍କା ଏବଂ ଚାଲାଣରେ ବ୍ୟବହୃତ ଏକ ଦାମୀ କାର ଜବତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ,ଲକ୍ଷ୍ମୀପୋଷି ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ଦେଇ ଏକ କାରରେ ବିପୁଳ ପରିମାଣର ନିଶାଦ୍ରବ୍ୟ ଚାଲାଣ ହେଉଥିବା ନେଇ ଭଞ୍ଜପୁର ପୋଲିସକୁ କୌଣସି ସୂତ୍ରରୁ ଗୁଇନ୍ଦା ସୂଚନା ମିଳିଥିଲା। ଖବର ପାଇ ପୋଲିସ ଟିମ ତୁରନ୍ତ ଘଟଣାସ୍ଥଳରେ ନାକାବନ୍ଦୀ କରି ଯାନବାହନ ଯାଞ୍ଚ ଆରମ୍ଭ କରିଥିଲା।

    ଏହି ସମୟରେ ଏକ ସନ୍ଦିଗ୍ଧ ପଶ୍ଚିମବଙ୍ଗ ନମ୍ବର ଡ଼ବ୍ଲୁବି 89ଡି 0632 ନମ୍ବର କାରକୁ ଅଟକାଇ ତଲାସି କରିବା ପରେ ଗାଡ଼ି ଭିତରୁ ଦେଢ଼ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ମିଳିଥିଲା। ପୋଲିସ ତୁରନ୍ତ ଗାଡ଼ିରେ ଥିବା ୩ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ କାବୁ କରିବା ସହ ଘଟଣା ସ୍ଥଳରୁ ଉକ୍ତ ଗଞ୍ଜେଇ,ନଗଦ ଲକ୍ଷାଧିକ ଟଙ୍କା ଓ କାରଟିକୁ ଜବତ କରିଛି।

    ଗିରଫ ଅଭିଯୁକ୍ତ ମାନଙ୍କୁ ଥାନାକୁ ଆଣି ପଚରାଉଚରା ଜାରି ରହିଛି। ଏହି ଗଞ୍ଜେଇ କେଉଁଠାରୁ ଆସି କେଉଁ ସ୍ଥାନକୁ ଚାଲାଣ କରାଯାଉଥିଲା ଏବଂ ଏହି ର‍୍ୟାକେଟ ପଛରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ସେନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଚାଲିଥିବା ଜଣାପଡ଼ିଛି। ଗିରଫ ବ୍ୟକ୍ତି ମାନେ ହେଲେ ପଶ୍ଚିମବଙ୍ଗ ରାଜ୍ୟ ଉଲୁବେରା ଥାନା ଅନ୍ତର୍ଗତ ୩୬ ବର୍ଷୀୟ ଶ୍ରୀକାନ୍ତ ବାଗ,ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ସରିଶକଠା ଗ୍ରାମର ୩୨ ବର୍ଷୀୟା ଜଗନ ମହାଳିକ ଏବଂ ଭଞ୍ଜପୁର ଥାନା ଅନ୍ତର୍ଗତ ତଥା ବାରିପଦା ସହରର ୱାର୍ଡ ନଂ ୩ ୱାଲିଗଞ୍ଜ ଅଞ୍ଚଳର ୩୯ ବର୍ଷୀୟ ରାଜେଶ କୁମାର ପରିଡ଼ା ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

    Add Zee News as a Preferred Source
    TAGS:
    Odia News