DA Hike: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି । ସମୁଦାୟ ମହଙ୍ଗା ଭତ୍ତା ୬୦ ରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି । ପିଛିଲା ଭାବେ ୨୦୨୬ ଜୁଲାଇ’ରୁ ଲାଗୁ ହେବ । ପେନସନ୍ଭୋଗୀଙ୍କ ଟି. ଆଇରେ ମଧ୍ୟ ବୃଦ୍ଧି ହୋଇଛି ।
Published: Nov 17, 2026, 13:18 IST
| Updated: Nov 17, 2026, 13:26 IST
DA Hike: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଅତ୍ୟନ୍ତ ଖୁସି ଖବର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।
Also Read- MV 'ବିଶ୍ୱ ଉଦୟ' ନାମକ ଜାହାଜକୁ ଉଦ୍ଧାର କଲେ ଦୁଇଟି ଟଗ୍ ବୋଟ୍
Also Read- ଶିକାର ମାମଲାରେ ଡେବ୍ରିଗଡ଼ ଅଭୟାରଣ୍ୟରୁ ଚାରି ଶିକାରୀ ଗିରଫ