SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Odisha Weather: ଆହୁରି ୨ ଦିନ ବର୍ଷିବ, ଏହି ସ୍ଥାନକୁ ଆଲର୍ଟ ଜାରି...

Weather Update: ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନକୁ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Written By Soubhagya Ranjan Mishra Edited By Soubhagya Ranjan Mishra
Published: Sep 25, 2026, 10:42 PM IST | Updated: Sep 25, 2026, 10:47 PM IST
Image Credit: Odisha Weather Update
Join

IMD News: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା କାରଣରୁ ଜନଜୀବନ ପ୍ରଭାବିତ ହୋଇଛି । ଆସନ୍ତା କିଛି ଦିନ ପର୍ଯ୍ୟନ୍ତ କେତେକ ସ୍ଥାନକୁ ବର୍ଷା ଏବଂ ବଜ୍ରପାତ ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ୱଲପୁର, ବରଗଡ, ନୂଆପଡା ଏବଂ ନବରଙ୍ଗପୁରକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ୨୬ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସମାନ ଦିନ ପାଇଁ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡା, ବରଗଡ, ସୋନପୁର, ଅନୁଗୋଳ, ଦେବଗଡ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ସ୍ଥାନ ଗୁଡିକରେ ୧୨ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ୟେଲୋ ଆଲର୍ଟ ଜାରି କରାଯାଇଥିବା ସ୍ଥାନ ଗୁଡିକରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଏହି ସମୟରେ ପବନର ବେଗ କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ଏବଂ ଆଉ କେତେକ ଅଞ୍ଚଳରେ ୫୦ରୁ ୬୦କିମି ରହିବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ୱର ୨୬ରୁ ୨୭ ତାରିଖ ସକାଳ ୮ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

 

 

Add Zee News as a Preferred Source

About the Author

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ZEENEWS TRENDING STORIES