Accident: ମୟୂରଭଞ୍ଜ ଜିଲ୍ଲାରେ ବସ୍ ଦୁର୍ଘଟଣା। ଝାରପୋଖରିଆ ଥାନା ଅନ୍ତର୍ଗତ ବମ୍ୱେ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବେଳେ ବସ୍ଟି ଦୁର୍ଘଟଣାର ଶିକାର ହୋଇଥିବା ସୂଚନା ମିଳିଛି।
ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ବସ୍ରେ ଥିବା ଅନ୍ୟ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଖବର ପାଇ ବାଙ୍ଗିରିପୋଷି ଓ ସାରସକଣା ଅଗ୍ନିଶମ ବାହିନୀର ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ଅଗ୍ନିଶମ ବାହିନୀର ମିଳିତ ଉଦ୍ୟମରେ ମୋଟ ୪୫ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ବସ୍ ଦୁର୍ଘଟଣାର ପ୍ରକୃତ କାରଣ ଏବଂ ଗୁରୁତର ଆହତ ଯାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଅଧିକ ତଥ୍ୟ ମିଳିବା ବାକି ରହିଛି।