SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Accident: ବାରିପଦାରେ ଭୟଙ୍କର ବସ୍ ଦୁର୍ଘଟଣା, ୨ ଯାତ୍ରୀ ଗୁରୁତର; ୪୫ ଜଣଙ୍କୁ ଉଦ୍ଧାର

ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ବସ୍‌ରେ ଥିବା ଅନ୍ୟ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଖବର ପାଇ ବାଙ୍ଗିରିପୋଷି ଓ ସାରସକଣା ଅଗ୍ନିଶମ ବାହିନୀର ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

Written By Priyambada Rana Edited By Priyambada Rana
Published: Nov 11, 2026, 07:11 AM IST | Updated: Nov 11, 2026, 07:14 AM IST
Image Credit: Accident: ବାରିପଦାରେ ଭୟଙ୍କର ବସ୍ ଦୁର୍ଘଟଣା, ୨ ଯାତ୍ରୀ ଗୁରୁତର; ୪୫ ଜଣଙ୍କୁ ଉଦ୍ଧାର
Join

Accident: ମୟୂରଭଞ୍ଜ ଜିଲ୍ଲାରେ ବସ୍ ଦୁର୍ଘଟଣା। ଝାରପୋଖରିଆ ଥାନା ଅନ୍ତର୍ଗତ ବମ୍ୱେ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବେଳେ ବସ୍‌ଟି ଦୁର୍ଘଟଣାର ଶିକାର ହୋଇଥିବା ସୂଚନା ମିଳିଛି।

ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ବସ୍‌ରେ ଥିବା ଅନ୍ୟ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଖବର ପାଇ ବାଙ୍ଗିରିପୋଷି ଓ ସାରସକଣା ଅଗ୍ନିଶମ ବାହିନୀର ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ଅଗ୍ନିଶମ ବାହିନୀର ମିଳିତ ଉଦ୍ୟମରେ ମୋଟ ୪୫ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ବସ୍ ଦୁର୍ଘଟଣାର ପ୍ରକୃତ କାରଣ ଏବଂ ଗୁରୁତର ଆହତ ଯାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଅଧିକ ତଥ୍ୟ ମିଳିବା ବାକି ରହିଛି।

Add Zee News as a Preferred Source
TAGS:

About the Author

I am Priyambada Rana, a journalist and content professional with experience in digital media and journalism. I previously worked with Krishi Jagran, where I gained experience in agricultural journalism and content creation. Currently, I am working as a Sub-Editor at India.com, focusing on content writing, editing, research, and producing engaging digital content for readers.
Read More

ZEENEWS TRENDING STORIES