SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Odisha News: ବନ୍ୟା ବିପନ୍ନଙ୍କ ଦୁଃଖରେ ସାମିଲ ହେଲେ ନବୀନ, ପାଳିବେନି ଦୀପାବଳି

Odisha News: ବନ୍ୟା ବିପନ୍ନଙ୍କ ଦୁଃଖରେ ସାମିଲ ହେଲେ ନବୀନ, ପାଳିବେନି ଦୀପାବଳି

Written By Narmada Behera Edited By Narmada Behera
Published: Nov 07, 2026, 03:13 PM IST | Updated: Nov 07, 2026, 03:17 PM IST
Image Credit: Representative - Social Media
Join

Odisha News: ବନ୍ୟା ବିପନ୍ନ ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାବାସୀଙ୍କ ଦୁଃଖରେ ସାମିଲ ହୋଇ ଚଳିତ ବର୍ଷ ଦୀପାବଳି ଉତ୍ସବ ପାଳନ ନକରିବାକୁ ନିଷ୍ପତ୍ତି ନେଇଛନ୍ତି ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ।

ଏନେଇ ନବୀନ କହିଛନ୍ତି ଯେ, ବାତ୍ୟା ଅର୍ଣ୍ଣବ ଜନିତ ବନ୍ୟା ଯୋଗୁଁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି ଜିଲ୍ଲାର ଅନେକ ଲୋକ ଏବେ ଅକଥନୀୟ ଦୁଃଖ ଓ ଦୁର୍ଦ୍ଦଶା ମଧ୍ୟରେ ଦିନ କାଟୁଛନ୍ତି। ସେହିପରି କନ୍ଧମାଳ ଜିଲ୍ଲାରେ ଭୂସ୍ଖଳନ ଯୋଗୁଁ ମାଟି ତଳେ ଚାପି ହୋଇ ନିଖୋଜ ଥିବା ଲୋକଙ୍କୁ ଏଯାଏଁ ଉଦ୍ଧାର କରାଯାଇ ପାରିନାହିଁ।

ଏଭଳି ଦୁଃଖଦ ପରିସ୍ଥିତିରେ ପୀଡ଼ିତ ପରିବାରଙ୍କ ପ୍ରତି ସମବେଦନା ଜଣାଇ ସେ ଦୀପାବଳି ପାଳନ କରିବେ ନାହିଁ ବୋଲି କହିଛନ୍ତି। ଉଲ୍ଲେଖଯୋଗ୍ୟ, ନବୀନ ପଟ୍ଟନାୟକ ଏବେ ଗଞ୍ଜାମ ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

 

Add Zee News as a Preferred Source
TAGS:

About the Author

ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
Read More

ZEENEWS TRENDING STORIES