SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Rain Alert Odisha: କିଛି ଦିନର ବିରତି ପରେ ପୁଣି ବର୍ଷା, ଜାରି ହେଲା ୟେଲୋ ଆଲର୍ଟ

୧୮ ତାରିଖ ସକାଳ ୮ଟା୩୦ରୁ ୧୯ ତାରିଖ ସକାଳ ୮ଟା ୩୦ ମଧ୍ୟରେ କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

Written By Soubhagya Ranjan Mishra Edited By Soubhagya Ranjan Mishra
Published: Nov 13, 2026, 12:50 PM IST | Updated: Nov 13, 2026, 12:58 PM IST
Image Credit: Weather Update
Join

Weather Update: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ସାରିଛି ଏବଂ ନଭେମ୍ୱର ୧୫ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତ ହେବାର ସମ୍ଭାବନା ରହିଛି । ଫଳରେ ବାତ୍ୟାର ଆଶଙ୍କା ବଢିଛି । ଅନ୍ୟପଟେ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରି ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି । ତେବେ ଆସନ୍ତୁ ଜାଣିବା କେଉଁ ସ୍ଥାନକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଜିଠାରୁ ୧୮ ନଭେମ୍ୱର ସକାଳ ୮ଟା ୩୦ ଯାଏଁ କୌଣସି ଆଲର୍ଟ ଜାରି କରାଯାଇନଥିବା ସମୟରେ ତା ପରଠୁ କିଛି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ତାରିଖ ସକାଳ ୮ଟା୩୦ରୁ ୧୯ ତାରିଖ ସକାଳ ୮ଟା ୩୦ ମଧ୍ୟରେ କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଲର୍ଟ ଜାରି କରାଯାଇଥିବା ସ୍ଥାନରେ ୭ରୁ ୧୧ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । କେବଳ ସେତିକି ନୁହେଁ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ବଜ୍ରପାତ ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ମଧ୍ୟରେ ରହିପାରେ ।

କେବଳ ସେତିକି ନୁହେଁ, ନଭେମ୍ୱର ୧୯ରୁ ୨୦ ତାରିଖ ମଧ୍ୟରେ ପୁରୀ, ଗଞ୍ଜାମ, ଗଜପତି ଏବଂ ରାୟଗଡା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାକୁ ବଜ୍ରପାତ ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ସ୍ଥାନରେ ମଧ୍ୟ ୭ରୁ ୧୧ସେମି ମଧ୍ୟରେ ବର୍ଷା ଏବଂ ୩୦ରୁ ୪୦କିମି ଘଣ୍ଟା ପ୍ରତି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Also Read- Gold Rate: କମିଲା ସୁନା ଦର, ୧୮, ୨୨ ଏବଂ ୨୪ କ୍ୟାରେଟ୍ କେତେ ଫରକ ଜାଣନ୍ତୁ...

Add Zee News as a Preferred Source
TAGS:

About the Author

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ZEENEWS TRENDING STORIES