SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Odisha Weather: ୧୩ ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ

ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି଼ର ବୈଜ୍ଞାନିକ ଡକ୍ଟର ଉମା ଶଙ୍କର ଦାସ କହିଛନ୍ତି।

Written By Narmada Behera Edited By Narmada Behera
Published: Oct 11, 2026, 10:41 PM IST | Updated: Oct 11, 2026, 10:44 PM IST
Image Credit: Odisha Weather: ୧୩ ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ
Join

Odisha Weather: ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି଼ର ବୈଜ୍ଞାନିକ ଡକ୍ଟର ଉମା ଶଙ୍କର ଦାସ କହିଛନ୍ତି। ସେହିପରି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ବୁଲେଟିନ୍ ଜାରି କରାଯାଇଛି ଯେ, ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ପୁରୀ ଜିଲ୍ଲାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। 

୧୨ ତାରିଖ ସକାଳ ଯାଏଁ ବାଲେଶ୍ବର, ଭଦ୍ରକ,ଯାଜପୁର,କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଂଜ, ଗଜପତି, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ସବୁଠୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି, ଚଳିତ ମାସ ୯ ତାରିଖରୁ ରାଜ୍ୟରୁ ମୌସୁମୀ ବିଦାୟ ପ୍ରକ୍ରିୟା ଆରମ୍ଭ ହୋଇଛି । ଏବଂ ଆସନ୍ତା ୪ ଦିନ ମଧ୍ୟରେ ପୂର୍ବ ଭାରତର ଆହୁରି କିଛି ଅଞ୍ଚଳରୁ ବିଦାୟ ନାବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି ।

Add Zee News as a Preferred Source
TAGS:

About the Author

ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
Read More

ZEENEWS TRENDING STORIES