• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଭୁବନେଶ୍ୱର
  • /ଜଳେଶ୍ୱରରେ ଘଟଣାରେ ବିଜେପି ସରକାରଙ୍କ ଉପରେ ବର୍ଷିଲା ବିଜେଡି

ଜଳେଶ୍ୱରରେ ଘଟଣାରେ ବିଜେପି ସରକାରଙ୍କ ଉପରେ ବର୍ଷିଲା ବିଜେଡି

ଦୁଷ୍କର୍ମ ଭଳି ସମ୍ବେଦନଶୀଳ ଘଟଣାରେ ରାଜନୈତିକ ହସ୍ତକ୍ଷେପ ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ: ଲେଖାଶ୍ରୀ ସାମନ୍ତସିଂହାର, ବିଜେଡି ନେତ୍ରୀ

Written BySoubhagya Ranjan MishraEdited BySoubhagya Ranjan Mishra
Published: Oct 30, 2026, 11:05 AM IST|Updated: Oct 30, 2026, 11:18 AM IST
joinshare
ଜଳେଶ୍ୱରରେ ଘଟଣାରେ ବିଜେପି ସରକାରଙ୍କ ଉପରେ ବର୍ଷିଲା ବିଜେଡି
Image Credit: BJD Targets BJP

About the Author

Soubhagya Ranjan Mishra

Soubhagya Ranjan Mishra

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ଟ୍ରେଣ୍ଡିଂ

  • ଖବର
  • ଫୋଟୋ
  • ଭିଡିଓ
ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

2

Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

3

ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

4

Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

5

ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

logo
  • contact us
  • privacy policy
  • legal
  • investor info
  • advertise with us
© 1998-2026 Indiadotcom Digital Private Limited, All Rights Reserved.

ଭୁବନେଶ୍ୱର: (ମନୋଜ ମାଲିଆ) ଜଳେଶ୍ୱର ଅଞ୍ଚଳରେ ନାବାଳିକାଙ୍କ ସହ ହୋଇଥିବା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛି ବିଜୁ ଜନତା ଦଳ । ବାଲେଶ୍ୱର ଜିଲ୍ଲା ପୋଲିସ୍ ପ୍ରଶାସନ ବିଜେପିର ହାତବାରିସି ସାଜିଛି ବୋଲି ବିଜେଡି ଅଭିଯୋଗ ଆଣିଠି । ନାବାଳିକାଙ୍କ ସନ୍ଧାନ ମିଳିବା ପୂର୍ବରୁ ପୋଲିସ୍ ବିଜେପି ନେତାଙ୍କ ଚାପରେ ଚେପା ହୋଇ ଅଭିଯୁକ୍ତଙ୍କୁ ଛାଡ଼ି ଦେଇଥିବା ଅଭିଯୋଗ କରିଛନ୍ତି, ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ତଥା ଜାତୀୟ ମୁଖପାତ୍ର ଡ଼ ଲେଖାଶ୍ରୀ ସାମନ୍ତସିଂହାର ଏବଂ ବିଧାୟକ ଶ୍ରୀ ଅଶ୍ୱିନୀ ପାତ୍ର, ଘଟଣାର ସତ୍ୟ ଉନ୍ମୋଚନ କରିବା ସହ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ସ୍ୱଚ୍ଛ ଓ ନିରପେକ୍ଷ ତଦନ୍ତ କରିବାକୁ ଦାବି କରିଛନ୍ତି ।

ଡ଼ ଲେଖାଶ୍ରୀ ସାମନ୍ତସିଂହାର କହିଥିଲେ ଯେ, ୧୫ ଅକ୍ଟୋବର ୨୦୨୬ରେ ବର୍ତ୍ତନା ଗ୍ରାମପଞ୍ଚାୟତ ଅଞ୍ଚଳରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଥିଲା । ଜଣେ ୧୪ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଓ ପରେ ହତ୍ୟା କରାଯାଇଥିଲା । ନାବାଳିକା ନିଖୋଜ ଥିବା ସତ୍ତ୍ୱେ ମୁଖ୍ୟ ଅଭିଯୁକ୍ତ ଚନ୍ଦ୍ରକାନ୍ତ ଜେନା ଓରଫ କାହ୍ନୁଙ୍କୁ ପୋଲିସ୍ କେଉଁ ପରିସ୍ଥିତିରେ ଅଟକ ରଖିଥିଲା ଏବଂ ପରେ ଛାଡ଼ି ଦେଇଥିଲା, ତାହାକୁ ନେଇ ପ୍ରଶ୍ନ ଉଠୁଛି । ଜଣେ ସ୍ଥାନୀୟ ବିଜେପି ନେତା ଅଭିଯୁକ୍ତଙ୍କୁ ଛାଡ଼ିବା ପାଇଁ ପୋଲିସ୍ ଉପରେ ଚାପ ପକାଇଥିବାର ଅଭିଯୋଗ ରହିଛି । ଏହି ଅଭିଯୋଗର ନିରପେକ୍ଷ ତଦନ୍ତ କରି ଏଥିରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ୍ ତୁରନ୍ତ ଗିରଫ କରୁ ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଅଭିଯୁକ୍ତ ଅକ୍ଟୋବର ୨୧ ତାରିଖରେ ଅପରାଧ ସମ୍ପର୍କରେ ସୂଚନା ଦେବା ପରେ ପୀଡ଼ିତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ମୃତଦେହରେ ଗଭୀର କ୍ଷତ ଚିହ୍ନ ରହିଥିବା ବେଳେ ପ୍ରମାଣ ନଷ୍ଟ କରିବା ପାଇଁ ଏସିଡ୍ ବ୍ୟବହାର କରାଯାଇଥିଲା । ମୃତ୍ୟୁର କାରଣ ଓ ପ୍ରମାଣ ନଷ୍ଟ ଉଦ୍ୟମ କରିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରିବା ପାଇଁ ଫରେନସିକ୍ ତଦନ୍ତ କରାଯାଉ ବୋଲି ବିଭିନ୍ନ ମହଲରୁ ଦାବି ହୋଇଛି। ଜଳେଶ୍ୱର ଅଞ୍ଚଳରେ ଘଟିଥିବା ଦୁଷ୍କର୍ମ ଭଳି ସମ୍ବେଦନଶୀଳ ଘଟଣାରେ ନାମ୍ପୋ ପୋଲିସ୍ ଫାଣ୍ଡି ଦାୟିତ୍ୱରେ ଥିବା ଅଧିକାରୀ କରଣ ମାରାଣ୍ଡିଙ୍କୁ ନିଲମ୍ୱନ ଏବଂ ଜଳେଶ୍ୱର ଥାନାର ଇନ୍ସପେକ୍ଟର-ଇନ୍-ଚାର୍ଜ ଅଶୋକ ବାରିକଙ୍କୁ ବଦଳି କରିଦେଇ ସରକାର ଚୁପ୍ ବସିଲେ ହେବ ନାହିଁ । ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ନେଇ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରନ୍ତୁ ରାଜ୍ୟ ସରକାର ।

ଶ୍ରୀ ଅଶ୍ୱିନୀ ପାତ୍ର କହିଥିଲେ ଯେ, ୧୪ ବର୍ଷୀୟା ନାବାଳିକାଙ୍କୁ ଚାଉମିନ୍ କିଣିଦେବାର ପ୍ରଲୋଭନ ଦେଖାଇ ଗଣଦୁଷ୍କର୍ମ କରିବା ଓ ପରେ ହତ୍ୟା ଘଟଣା ଜଳେଶ୍ୱର ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି । ପୀଡ଼ିତାଙ୍କ ପରିବାର ପକ୍ଷରୁ କରାଯାଇଥିବା ଅଭିଯୋଗ ଅନୁଯାୟୀ, ଜଣେ ମହିଳାଙ୍କ ସମେତ ଅନ୍ୟ କେହି ଏହି ଘଟଣାରେ ସାମିଲେ ଥିଲେ କି ନାହିଁ, ତାହାର ତଦନ୍ତ କରିବା ସହ ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରି ଆଇନ ଅନୁଯାୟୀ ଦଣ୍ଡିତ କରାଯାଉ । ଫରେନସିକ୍ ପ୍ରମାଣ, ସିସିଟିଭି ଫୁଟେଜ୍, କଲ୍ ଡିଟେଲ୍ ରେକର୍ଡ ଓ ଅନ୍ୟାନ୍ୟ ତଥ୍ୟର ଯାଞ୍ଚ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । ଏହା ସହିତ ପୀଡ଼ିତାଙ୍କ ପରିବାରକୁ ଆର୍ଥିକ ସହାୟତା ଓ ଆଇନଗତ ସହଯୋଗ ପ୍ରଦାନ କରାଯାଉ । କୌଣସି ରାଜନୈତିକ ପ୍ରଭାବ ଯେପରି ତଦନ୍ତକୁ ବାଟବଣା ନ କରିବ, ସେଥିପ୍ରତି ଦୃଷ୍ଟି ଦିଅନ୍ତୁ ସରକାର । ଘଟଣାର ପ୍ରକୃତ ସତ୍ୟାସତ୍ୟ ଜାଣିବା ପାଇଁ ସିବିଆଇ ତଦନ୍ତ କରାଯାଉ ।

Add Zee News as a Preferred Source
TAGS:
Odia News