SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Cyclone Alert: ବାତ୍ୟାକୁ ନେଇ ହାଇଆଲର୍ଟ! ଏହି ୫ ଜିଲ୍ଲାରେ ୨୮ ଓ ୨୯ରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି ବନ୍ଦ..

ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ଦୃଷ୍ଟିରେ ରଖି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅକ୍ଟୋବର ୨୮ ଓ ୨୯ ତାରିଖରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଣିପାଗ ଓ ସ୍ଥାନୀୟ ପରିସ୍ଥିତିକୁ ଦେଖି ଜିଲ୍ଲାପାଳମାନେ ଛୁଟି ସମ୍ପର୍କରେ ନିଷ୍ପତ୍ତି ନେବେ।

Written By Priyambada Rana Edited By Priyambada Rana
Published: Oct 24, 2026, 05:06 PM IST | Updated: Oct 24, 2026, 05:11 PM IST
Image Credit: Cyclone Alert: ବାତ୍ୟାକୁ ନେଇ ହାଇଆଲର୍ଟ! ୫ ଜିଲ୍ଲାରେ ୨୮ ଓ ୨୯ରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି ବନ୍ଦ
Join

Cyclone Alert: ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ହୋଇଛନ୍ତି ରାଜ୍ୟ ସରକାର। ବାତ୍ୟାର ମୁକାବିଲା ଓ ଜନଜୀବନର ସୁରକ୍ଷା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜୋରଦାର କରାଯାଇଛି। ଶନିବାର ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଏଥର ମଧ୍ୟ ସରକାରଙ୍କ ଲକ୍ଷ୍ୟ ରହିଛି ‘ଜିରୋ କାଜୁଆଲିଟି’ ବା ଶୂନ୍ୟ ଜୀବନହାନି।

୫ ଜିଲ୍ଲାରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି ବନ୍ଦ:
ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ଦୃଷ୍ଟିରେ ରଖି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅକ୍ଟୋବର ୨୮ ଓ ୨୯ ତାରିଖରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଣିପାଗ ଓ ସ୍ଥାନୀୟ ପରିସ୍ଥିତିକୁ ଦେଖି ଜିଲ୍ଲାପାଳମାନେ ଛୁଟି ସମ୍ପର୍କରେ ନିଷ୍ପତ୍ତି ନେବେ।

୨୮ ତାରିଖରେ ସ୍ଥଳଭାଗ ଛୁଇଁବା ଆଶଙ୍କା:
ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ପାଣିପାଗ ବିଭାଗର ଆକଳନ ଅନୁସାରେ ସମ୍ଭାବ୍ୟ ବାତ୍ୟା ଅକ୍ଟୋବର ୨୮ ତାରିଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗ ଛୁଇଁପାରେ। ତେବେ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଧିକ ଥିବା କୁହାଯାଇଛି।

ବାତ୍ୟାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ପ୍ରାୟ ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିପାରେ। ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି।

୬୦ ଓଡ୍ରାଫ୍, ୧୭ NDRF ଓ ୨୨୫ ଅଗ୍ନିଶମ ଟିମ୍‌ ସଜାଗ:
ବାତ୍ୟା ଓ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଉଦ୍ଧାରକାରୀ ଦଳଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି। ପ୍ରାୟ ୬୦ଟି ଓଡ୍ରାଫ୍ ଟିମ୍‌, ୧୭ଟି NDRF ଟିମ୍‌ ଏବଂ ୨୨୫ଟି ଅଗ୍ନିଶମ ଦଳକୁ ନେଇ ପ୍ରସ୍ତୁତି କରାଯାଇଛି।

ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ଓ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି। ରୋଗୀ ଓ ଗର୍ଭବତୀ ମହିଳାଙ୍କୁ ଆବଶ୍ୟକ ସ୍ଥଳେ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି।

ମତ୍ସ୍ୟଜୀବୀଙ୍କୁ ସତର୍କତା, ସ୍ୱାସ୍ଥ୍ୟକେନ୍ଦ୍ରରେ ଔଷଧ ମହଜୁଦ:
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ପାଇଁ ସତର୍କ କରାଯାଇଛି। ପ୍ରଭାବିତ ଅଞ୍ଚଳର ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ସାପ କାମୁଡ଼ାର ଚିକିତ୍ସା ପାଇଁ ଇଞ୍ଜେକ୍ସନ୍‌, ଆବଶ୍ୟକ ଔଷଧ ଓ ଚିକିତ୍ସା କିଟ୍‌ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ପରେ ରାସ୍ତାଘାଟରେ ପଡ଼ିଥିବା ଗଛ ହଟାଇବା, ବିଦ୍ୟୁତ୍‌ ଓ ଅନ୍ୟାନ୍ୟ ଜରୁରୀ ସେବାର ପୁନରୁଦ୍ଧାର ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

ଚାଷୀଙ୍କୁ ଫସଲ ସୁରକ୍ଷିତ ରଖିବାକୁ ପରାମର୍ଶ:
ଅମଳ ସମୟ ପାଖେଇ ଆସୁଥିବାରୁ ଚାଷୀମାନଙ୍କୁ ଆଗୁଆ ସତର୍କ କରି ଫସଲ କାଟି ସୁରକ୍ଷିତ ରଖିବା ନେଇ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ସମଗ୍ର ସରକାରୀ ବ୍ୟବସ୍ଥାକୁ ବାତ୍ୟା ମୁକାବିଲାରେ ନିୟୋଜିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

‘ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ’
ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବରୁ ଓଡ଼ିଶା ଅନେକ ବାତ୍ୟା ଓ ବନ୍ୟାର ସଫଳ ମୁକାବିଲା କରିଛି। ବାତ୍ୟା ‘ଦାନା’ ଓ ‘ମୋନ୍ଥା’ର ମୁକାବିଲା ଅଭିଜ୍ଞ

Add Zee News as a Preferred Source
TAGS:

About the Author

I am Priyambada Rana, a journalist and content professional with experience in digital media and journalism. I previously worked with Krishi Jagran, where I gained experience in agricultural journalism and content creation. Currently, I am working as a Sub-Editor at India.com, focusing on content writing, editing, research, and producing engaging digital content for readers.
Read More

ZEENEWS TRENDING STORIES