SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ବୈଠକରେ ଆସନ୍ତା ୧୫ ତାରିଖରେ ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନ, ପର୍ବପର୍ବାଣୀ ସମୟରେ ଆଇନଶୃଙ୍ଖଳା, ମହିଳା ସୁରକ୍ଷା, ସାଇବର ଅପରାଧ, ଅପରାଧ ନିୟନ୍ତ୍ରଣ ଏବଂ ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସମେତ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଡିଜିପି ବିସ୍ତୃତ ସମୀକ୍ଷା କରିଥିଲେ।

Written By Soubhagya Ranjan Mishra Edited By Soubhagya Ranjan Mishra
Published: Oct 06, 2026, 03:02 PM IST | Updated: Oct 06, 2026, 03:07 PM IST
Image Credit: Odisha Police
Join

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଡିଜିପି ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଛି।

ବୈଠକରେ ଆସନ୍ତା ୧୫ ତାରିଖରେ ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନ, ପର୍ବପର୍ବାଣୀ ସମୟରେ ଆଇନଶୃଙ୍ଖଳା, ମହିଳା ସୁରକ୍ଷା, ସାଇବର ଅପରାଧ, ଅପରାଧ ନିୟନ୍ତ୍ରଣ ଏବଂ ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସମେତ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଡିଜିପି ବିସ୍ତୃତ ସମୀକ୍ଷା କରିଥିଲେ।

ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ ଡିଜିପି କହିଥିଲେ ଯେ, ଛାତ୍ରଛାତ୍ରୀମାନେ ଏକ ସମ୍ବେଦନଶୀଳ ସମ୍ପ୍ରଦାୟ ହୋଇଥିବାରୁ ସେମାନଙ୍କ ସହ ପୋଲିସର ନିୟମିତ ଓ ବ୍ୟକ୍ତିଗତ ଯୋଗାଯୋଗ ରହିବା ଆବଶ୍ୟକ। ଥାନା ଭାରପ୍ରାପ୍ତ ଅଧିକାରୀ ଓ ଏସ୍‌ଡିପିଓମାନେ ଛାତ୍ର ନେତାମାନଙ୍କ ସହ ବୈଠକ କରି ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସମନ୍ୱୟ ରଖିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

କଲେଜ ପରିସରକୁ ଅଣଛାତ୍ର ଓ ଅସାମାଜିକ ବ୍ୟକ୍ତିଙ୍କ ପ୍ରବେଶ ରୋକିବା, ଛାତ୍ରାବାସ ଓ ମେସ୍‌ଗୁଡ଼ିକ ଉପରେ ନଜର ରଖିବା ଏବଂ ଛାତ୍ରଛାତ୍ରୀଙ୍କ ସହ ନିୟମିତ ସମ୍ପର୍କ ରଖିବାକୁ ସେ କହିଥିଲେ। ହିଂସାର ଆଶଙ୍କା ନଥିଲେ ଅନାବଶ୍ୟକ ଭାବେ ପୋଲିସ ବଳ ମୁତୟନ ନକରିବାକୁ ମଧ୍ୟ ଡିଜିପି ପରାମର୍ଶ ଦେଇଥିଲେ। ଏହା ବ୍ୟତୀତ ଛାତ୍ରଛାତ୍ରୀଙ୍କ ଭୋଜିଭାତ ଓ ଅନ୍ୟାନ୍ୟ ଆୟୋଜନ ଉପରେ ମଧ୍ୟ ନଜର ରଖିବାକୁ ସେ କହିଥିଲେ।

ନିର୍ବାଚନ ସମୟରେ ସମନ୍ୱୟ ବଜାୟ ରଖିବା ପାଇଁ ଜିଲ୍ଲାପାଳ, ଏସ୍‌ପି, ଉପଜିଲ୍ଲାପାଳ ଓ କଲେଜ ଅଧ୍ୟକ୍ଷଙ୍କ ମଧ୍ୟରେ ବୈଠକ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ। ନିର୍ବାଚନ ଫଳାଫଳ ପରେ ହିଂସାର ସମ୍ଭାବନା ଥିବାରୁ ସେ ସମୟରେ ବିଶେଷ ସତର୍କତା ଅବଲମ୍ବନ କରିବାକୁ ମଧ୍ୟ କହିଥିଲେ।

ସେହିପରି ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ସାଇବର ପୋଲିସ ଷ୍ଟେସନଗୁଡ଼ିକର କାର୍ଯ୍ୟକଳାପକୁ ଆହୁରି ସୁଦୃଢ଼ କରିବା ଏବଂ ମାମଲାର ତଦନ୍ତ ଓ ଆଇନଗତ ପଦକ୍ଷେପକୁ ଅଧିକ ଫଳପ୍ରଦ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ।

ଏତଦବ୍ୟତୀତ ମହିଳା ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ସମ୍ବେଦନଶୀଳ ମାମଲାଗୁଡ଼ିକର ତ୍ୱରିତ, ନିରପେକ୍ଷ ଓ ଫଳପ୍ରଦ ତଦନ୍ତ ସୁନିଶ୍ଚିତ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ନିକଟରେ ଭୁବନେଶ୍ୱରରେ ଘଟିଥିବା ଯୁବତୀଙ୍କ ବିରୋଧରେ ଅପରାଧିକ ଘଟଣାକୁ ଗମ୍ଭୀରତାର ସହ ନେଇ ରାଜ୍ୟସାରା ମହିଳା ସୁରକ୍ଷା ବ୍ୟବସ୍ଥା ଉପରେ କଡ଼ା ନଜର ରଖିବା ଏବଂ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ ଆଇନଗତ ପଦକ୍ଷେପ ନେବାକୁ ସେ କହିଥିଲେ।

ଅପରାଧ ନିୟନ୍ତ୍ରଣ ଦିଗରେ ଅଭ୍ୟାସଗତ ଓ ସଂଗଠିତ ଅପରାଧୀଙ୍କ ବିରୋଧରେ କଡ଼ା ପଦକ୍ଷେପ, NDPS ଆଇନର କାର୍ଯ୍ୟାନୁଷ୍ଠାନ ସମେତ ବେଆଇନ କାର୍ଯ୍ୟକଳାପ ବିରୋଧରେ ନିୟମିତ ଚଢ଼ାଉ ଓ ଯାଞ୍ଚ ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ।

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’କୁ ଆହୁରି ସଶକ୍ତ କରିବା ସହ ନିଶାଦ୍ରବ୍ୟର ଚୋରାଚାଲାଣ ଓ ଅପରାଧିକ ନେଟୱର୍କ ବିରୋଧରେ କଠୋର ପଦକ୍ଷେପ ନେବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। NDPS ଆଇନ ଅଧୀନରେ ବେଆଇନ ଗଞ୍ଜେଇ ଚାଷ ନଷ୍ଟ ପାଇଁ ମଧ୍ୟ ଉପଯୁକ୍ତ ପଦକ୍ଷେପ ନେବାକୁ ସେ କହିଥିଲେ।

ଏଥିସହିତ ନୂତନ ଅପରାଧ ଆଇନର ସଫଳ କାର୍ଯ୍ୟକାରିତା ଓ ପୋଲିସ ଭିତ୍ତିଭୂମିର ବିକାଶ ଉପରେ ମଧ୍ୟ ଡିଜିପି ଗୁରୁତ୍ୱାରୋପ କରିଥିଲେ।

ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଲୱେ ଏବଂ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ପୋଲିସ କମିସନର (ଭୁବନେଶ୍ଵର-କଟକ) ଡଃ ଏସ ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚ୍‌ଆର୍‌ପିସି) ଶ୍ରୀ ୟତୀନ୍ଦ୍ର କୋଏଲ, ଆଇଜିପି (ଏସଟିଫ) ଶ୍ରୀ ହିମାଂଶୁ ଲାଲ, ଆଇଜିପି (ଗୁଇନ୍ଦା) ଶ୍ରୀ ସତ୍ୟବ୍ରତ ଭୋଇ, ନିର୍ଦ୍ଦେଶକ (ଏସସିଆରବି) ଶ୍ରୀ ଅବିନାଶ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡଃ ସାର୍ଥକ ଷଡଙ୍ଗୀ, ଆଇଜିପି (ପ୍ରୋଭିଜନିଂ) ଶ୍ରୀ ନୀତି ଶେଖର, ଆଇଜିପି (ଟ୍ରେନିଂ) ଶ୍ରୀ ଅନୁପ ସାହୁ, ଡିଆଇଜିପି (ଏସ୍‌ଟିଏଫ୍) ଡଃ କନୱର ବିଶାଳ ସିଂ, ଡିଆଇଜିପି (ଏଚଆରପିସି) ଶ୍ରୀ ରାଜେଶ ପଣ୍ଡିତ, ଡିଆଇଜିପି (କ୍ରାଇମବ୍ରାଞ୍ଚ) ଶ୍ରୀ ମଡକର ସନ୍ଦୀପ ସମ୍ପଦ, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥଙ୍କ ସମେତ ରାଜ୍ୟର ସମସ୍ତ ରେଞ୍ଜ ଆଇଜି/ଡିଆଇଜି ଏବଂ ସମସ୍ତ ଜିଲ୍ଲାର ଏସ୍‌ପିମାନେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗଦେଇଥିଲେ।

Add Zee News as a Preferred Source
TAGS:

About the Author

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ZEENEWS TRENDING STORIES