• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଭୁବନେଶ୍ୱର
  • /କୋଟିଆ ପାଇଁ ମିଳିତ ଉଦ୍ୟମ ଆବଶ୍ୟକ - ସାଂସଦ ଧର୍ମେନ୍ଦ୍ର ପ୍ରଧାନ

କୋଟିଆ ପାଇଁ ମିଳିତ ଉଦ୍ୟମ ଆବଶ୍ୟକ - ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ଧର୍ମେନ୍ଦ୍ର ପ୍ରତିକ୍ରିୟା ଦେଇଛନ୍ତି ଯେ, ଓଡ଼ିଶା ଏବଂ ଓଡ଼ିଆ ଜାତି ପାଇଁ କୋଟିଆ କେତେ ଗୁରୁତ୍ୱପୂର୍ଣ୍ଣ, ତାହା ଆମେ ସମସ୍ତେ ଜାଣିଛନ୍ତି । କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ ।

Written BySoubhagya Ranjan MishraEdited BySoubhagya Ranjan Mishra
Published: Oct 21, 2026, 04:47 PM IST|Updated: Oct 21, 2026, 04:56 PM IST
joinshare
କୋଟିଆ ପାଇଁ ମିଳିତ ଉଦ୍ୟମ ଆବଶ୍ୟକ - ସାଂସଦ ଧର୍ମେନ୍ଦ୍ର ପ୍ରଧାନ
Image Credit: Dharmendra Pradhan

About the Author

Soubhagya Ranjan Mishra

Soubhagya Ranjan Mishra

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ଟ୍ରେଣ୍ଡିଂ

  • ଖବର
  • ଫୋଟୋ
  • ଭିଡିଓ
ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

2

Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

3

ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

4

Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

5

ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

logo
  • contact us
  • privacy policy
  • legal
  • investor info
  • advertise with us
© 1998-2026 Indiadotcom Digital Private Limited, All Rights Reserved.

ଭୁବନେଶ୍ୱର: କୋଟିଆ ଅଞ୍ଚଳର ଲୋକେ ଏବେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନରେ ଭାଗ ନେବେ। ଆଜି ସେମିତି ସଭ୍ୟ ପାଇଁ ନୋମିନେସନ ଦାଖଲ କରିବାକୁ ଲୋକେ ଆନ୍ଧ୍ର ଯାଇଥିବା କହିଛନ୍ତି କୋଟିଆ ପଞ୍ଚାୟତର ବାସିନ୍ଦା । ଅନ୍ୟପଟେ ଘଟଣାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆଲୋଚନା ଜୋର ଧରିଲାଣି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ୱଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସୋସିଆଲ ମିଡିଆ ପ୍ଲାଟଫର୍ମ X ମାଧ୍ୟମରେ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ।

ଧର୍ମେନ୍ଦ୍ର ପ୍ରତିକ୍ରିୟା ଦେଇଛନ୍ତି ଯେ, ଓଡ଼ିଶା ଏବଂ ଓଡ଼ିଆ ଜାତି ପାଇଁ କୋଟିଆ କେତେ ଗୁରୁତ୍ୱପୂର୍ଣ୍ଣ, ତାହା ଆମେ ସମସ୍ତେ ଜାଣିଛନ୍ତି । କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ । ଓଡ଼ିଆ ଭାବେ କୋଟିଆକୁ ନେଇ ଦୀର୍ଘ ସମୟ ଧରି ଦେଖାଯାଇଥିବା ସୀମା ବିବାଦ ନିଶ୍ଚୟ ଭାବେ ଚିନ୍ତାଜନକ । ଦଳ ମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥ ପାଇଁ ଏକାଠି ହୋଇ ମିଳିତ ଭାବେ ସମାଧାନ କରିବାର ଆବଶ୍ୟକତା ରହିଛି ।

ମୁଁ ଏପ୍ରିଲ ୨୦୧୮, ଫେବୃୟାରୀ ୨୦୧୯, ଏପ୍ରିଲ ୨୦୨୩ରେ କୋଟିଆ ଗ୍ରାମକୁ ଗସ୍ତ କରିଥିଲି । ଏହି ଅଞ୍ଚଳରେ ଆନ୍ଧ୍ରପ୍ରଦେଶର ହସ୍ତକ୍ଷେପ ତଥା ସୀମା ବିବାଦକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ସେପ୍ଟେମ୍ବର ୨୨,୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲି ।

ଏହି ଅଞ୍ଚଳର ସମସ୍ୟାର ସମାଧାନ କରିବା ପାଇଁ ରାଜନୈତିକ ବ୍ୟକ୍ତିବିଶେଷଙ୍କ ଦାୟିତ୍ୱ ଗୁରୁତ୍ୱପୂର୍ଣ୍ଣ । କଥାବାର୍ତ୍ତା ମାଧ୍ୟମରେ ଆମକୁ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ତିଆରି କରି ସମାଧାନର ବାଟ କାଢ଼ିବା ଆବଶ୍ୟକ ।  

ଓଡ଼ିଶାର ଭୌଗୋଳିକ ସୀମାକୁ ସୁରକ୍ଷିତ ରଖିବା ପାଇଁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱଭାବକବି ଗଙ୍ଗାଧର ମେହେର, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ତ୍ୟାଗ ଓ ବଳିଦାନ ବ୍ୟର୍ଥ ଯିବ ନାହିଁ । ଓଡ଼ିଆ ଅସ୍ମିତା ପାଇଁ ଆମର ଲଢ଼େଇ ଜାରି ରହିବ । ଓଡ଼ିଶାର ଏକତା ଓ ଅଖଣ୍ଡତାକୁ ରକ୍ଷା କରିବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ।

ଓଡ଼ିଶା ଏବଂ ଓଡ଼ିଆ ଜାତି ପାଇଁ କୋଟିଆ କେତେ ଗୁରୁତ୍ୱପୂର୍ଣ୍ଣ, ତାହା ଆମେ ସମସ୍ତେ ଜାଣିଛନ୍ତି । କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ । ଓଡ଼ିଆ ଭାବେ କୋଟିଆକୁ ନେଇ ଦୀର୍ଘ ସମୟ ଧରି ଦେଖାଯାଇଥିବା ସୀମା ବିବାଦ ନିଶ୍ଚୟ ଭାବେ ଚିନ୍ତାଜନକ । ଦଳ ମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥ ପାଇଁ ଏକାଠି ହୋଇ ମିଳିତ ଭାବେ ସମାଧାନ କରିବାର ଆବଶ୍ୟକତା ରହିଛି । ମୁଁ ଏପ୍ରିଲ ୨୦୧୮, ଫେବୃୟାରୀ ୨୦୧୯, ଏପ୍ରିଲ ୨୦୨୩ରେ କୋଟିଆ ଗ୍ରାମକୁ ଗସ୍ତ କରିଥିଲି । ଏହି ଅଞ୍ଚଳରେ ଆନ୍ଧ୍ରପ୍ରଦେଶର ହସ୍ତକ୍ଷେପ ତଥା ସୀମା ବିବାଦକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା @Naveen_Odisha ଏବଂ ସେପ୍ଟେମ୍ବର ୨୨,୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲି । ଏହି ଅଞ୍ଚଳର ସମସ୍ୟାର ସମାଧାନ କରିବା ପାଇଁ ରାଜନୈତିକ ବ୍ୟକ୍ତିବିଶେଷଙ୍କ ଦାୟିତ୍ୱ ଗୁରୁତ୍ୱପୂର୍ଣ୍ଣ । କଥାବାର୍ତ୍ତା ମାଧ୍ୟମରେ ଆମକୁ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ତିଆରି କରି ସମାଧାନର ବାଟ କାଢ଼ିବା ଆବଶ୍ୟକ । ଓଡ଼ିଶାର ଭୌଗୋଳିକ ସୀମାକୁ ସୁରକ୍ଷିତ ରଖିବା ପାଇଁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱଭାବକବି ଗଙ୍ଗାଧର ମେହେର, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ତ୍ୟାଗ ଓ ବଳିଦାନ ବ୍ୟର୍ଥ ଯିବ ନାହିଁ । ଓଡ଼ିଆ ଅସ୍ମିତା ପାଇଁ ଆମର ଲଢ଼େଇ ଜାରି ରହିବ । ଓଡ଼ିଶାର ଏକତା ଓ ଅଖଣ୍ଡତାକୁ ରକ୍ଷା କରିବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ।

ଓଡ଼ିଶାର ଅବିଚ୍ଛେଦ୍ୟ ଅଙ୍ଗ 'କୋଟିଆ'ରେ ଆନ୍ଧ୍ରପ୍ରଦେଶ ନିର୍ବାଚନ ଘୋଷଣା କରିବା ଘଟଣା ଅତ୍ୟନ୍ତ ଉଦ୍‌ବେଗଜନକ। ଓଡ଼ିଶାର ଅଖଣ୍ଡତା ଓ ସାର୍ବଭୌମତ୍ୱ ବଜାୟ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ତୁରନ୍ତ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଚିଠି ଲେଖି ଅବଗତ କଲି। ମୁଖ୍ୟମନ୍ତ୍ରୀ ଭାବେ ମୋ କାର୍ଯ୍ୟକାଳ ସମୟରେ ଆମେ ଆମ ରାଜ୍ୟର ଭୌଗୋଳିକ ଅଖଣ୍ଡତା ରକ୍ଷା କରିବା ପାଇଁ ଲଢ଼େଇ କରୁଥିଲୁ। ବିଜେପି ନେତାମାନେ ଅତୀତରେ ବାରମ୍ବାର କହିଛନ୍ତି ଯେ କୋଟିଆ ଓଡ଼ିଶାର ଅଂଶ ଏବଂ ସେମାନେ “ଆନ୍ଧ୍ର ଫେରିଯାଅ” ବୋଲି ସ୍ଲୋଗାନ ମଧ୍ୟ ଦେଇଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ବିଜେପି ନିଜ ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା; ଯେ ଡବଲ୍ ଇଞ୍ଜିନ୍ ସରକାର କୋଟିଆ ସମସ୍ୟାର ସ୍ଥାୟୀ ସମାଧାନ କରିବ, ଓଡ଼ିଶାର ଭୌଗୋଳିକ ଅଖଣ୍ଡତାକୁ ସୁରକ୍ଷିତ ରଖିବ ଏବଂ ଓଡ଼ିଆ ସ୍ୱାଭିମାନର ପୁନଃପ୍ରତିଷ୍ଠା କରିବ। ଏହି ପ୍ରତିଶ୍ରୁତିଗୁଡ଼ିକର କ’ଣ ହେଲା? ଆଜି ଓଡ଼ିଶାରେ ତଥାକଥିତ ଡବଲ୍ ଇଞ୍ଜିନ୍ ସରକାର ଥିବା ସତ୍ତ୍ୱେ ଆନ୍ଧ୍ରପ୍ରଦେଶ 'କୋଟିଆ'ରେ ନିର୍ବାଚନ ଘୋଷଣା କରିବା ଅତ୍ୟନ୍ତ ଚିନ୍ତାଜନକ। 'କୋଟିଆ' ଓଡ଼ିଶାର ବୋଲି ବିଜେପି ଦେଇଥିବା ଆଶ୍ୱାସନାର କ’ଣ ହେଲା? ଏହି ଘଟଣାକୁ ଆହୁରି ଚିନ୍ତାଜନକ କରୁଥିବା ବିଷୟ ହେଉଛି, ଆନ୍ଧ୍ରପ୍ରଦେଶରେ ଶାସନ କରୁଥିବା ତେଲୁଗୁ ଦେଶମ୍ ପାର୍ଟି (ଟିଡିପି), କେନ୍ଦ୍ରରେ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ସଂଖ୍ୟାଗରିଷ୍ଠତା ବଜାୟ ରଖିବା ପାଇଁ ଏକ ପ୍ରମୁଖ ସହଯୋଗୀ ଦଳ। ରାଜନୈତିକ ନିର୍ଭରଶୀଳତା କ’ଣ ଓଡ଼ିଶା ବିଜେପି ସରକାରଙ୍କ ନୀରବତା ଏବଂ ଓଡ଼ିଶାର ସ୍ୱାର୍ଥ ଓ ଭୌଗୋଳିକ ଅଖଣ୍ଡତା ସହ ସାଲିସ କରିବାର ମନୋଭାବ ପଛର କାରଣ? ୨୦୨୫ ମସିହାରେ ଗଠିତ ୧୬ ଜଣିଆ ଉଚ୍ଚସ୍ତରୀୟ କୋଟିଆ କମିଟି କ’ଣ ସୁପାରିସ କରିଥିଲା ଏବଂ ସେହି ସୁପାରିସଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ କ’ଣ ପଦକ୍ଷେପ ନିଆଯାଇଛି? ଓଡ଼ିଶାର ଲୋକମାନେ ଏହି ପ୍ରତିଶ୍ରୁତିଗୁଡ଼ିକ ସମ୍ପର୍କରେ ସ୍ପଷ୍ଟ ଉତ୍ତର ଏବଂ ଉତ୍ତରଦାୟିତ୍ୱ ଆଶା କରୁଛନ୍ତି। ଓଡ଼ିଶାର ଭୌଗୋଳିକ ଅଖଣ୍ଡତା ଏବଂ ସାମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ଡବଲ୍ ଇଞ୍ଜିନ୍ ସରକାର ଦୃଢ଼ ଭାବରେ ଠିଆ ହେବେ ନା ଆଉଥରେ କେନ୍ଦ୍ରର ଚାପ ଆଗରେ ମୁଣ୍ଡ ନୁଆଁଇବେ? “ଆନ୍ଧ୍ର ଫେରିଯାଅ” ସ୍ଲୋଗାନ କ’ଣ କେବଳ ଭୋଟ୍ ହାତେଇବା ପାଇଁ ଏକ ନିର୍ବାଚନୀ ପ୍ରହସନ ଥିଲା? ଓଡ଼ିଶାବାସୀଙ୍କୁ ଦିଆଯାଇଥିବା ଅନ୍ୟ ପ୍ରତିଶ୍ରୁତିଗୁଡ଼ିକ ଭଳି ଏହା ମଧ୍ୟ କ’ଣ ଏକ ଅପୂରଣୀୟ ପ୍ରତିଶ୍ରୁତି ହୋଇ ରହିଯିବ? ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ନେବା ସହ ଓଡ଼ିଶାର ଭୌଗୋଳିକ ଅଖଣ୍ଡତାର ସୁରକ୍ଷା ଏବଂ କୋଟିଆ ଉପରେ ଏହାର ସାର୍ବଭୌମତ୍ୱ ବଜାୟ ରଖିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ଉଚିତ। #Odisha #Kotia #BJDWithOdisha

— Naveen Patnaik (@Naveen_Odisha) October 19, 2026

— Dharmendra Pradhan (@dpradhanbjp) October 21, 2026

Add Zee News as a Preferred Source
TAGS:
Odia News
Trending News