SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

କୋଟିଆ ପାଇଁ ମିଳିତ ଉଦ୍ୟମ ଆବଶ୍ୟକ - ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ଧର୍ମେନ୍ଦ୍ର ପ୍ରତିକ୍ରିୟା ଦେଇଛନ୍ତି ଯେ, ଓଡ଼ିଶା ଏବଂ ଓଡ଼ିଆ ଜାତି ପାଇଁ କୋଟିଆ କେତେ ଗୁରୁତ୍ୱପୂର୍ଣ୍ଣ, ତାହା ଆମେ ସମସ୍ତେ ଜାଣିଛନ୍ତି । କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ ।

Written By Soubhagya Ranjan Mishra Edited By Soubhagya Ranjan Mishra
Published: Oct 21, 2026, 04:47 PM IST | Updated: Oct 21, 2026, 04:56 PM IST
Image Credit: Dharmendra Pradhan
Join

ଭୁବନେଶ୍ୱର: କୋଟିଆ ଅଞ୍ଚଳର ଲୋକେ ଏବେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନରେ ଭାଗ ନେବେ। ଆଜି ସେମିତି ସଭ୍ୟ ପାଇଁ ନୋମିନେସନ ଦାଖଲ କରିବାକୁ ଲୋକେ ଆନ୍ଧ୍ର ଯାଇଥିବା କହିଛନ୍ତି କୋଟିଆ ପଞ୍ଚାୟତର ବାସିନ୍ଦା । ଅନ୍ୟପଟେ ଘଟଣାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆଲୋଚନା ଜୋର ଧରିଲାଣି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ୱଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସୋସିଆଲ ମିଡିଆ ପ୍ଲାଟଫର୍ମ X ମାଧ୍ୟମରେ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ।

ଧର୍ମେନ୍ଦ୍ର ପ୍ରତିକ୍ରିୟା ଦେଇଛନ୍ତି ଯେ, ଓଡ଼ିଶା ଏବଂ ଓଡ଼ିଆ ଜାତି ପାଇଁ କୋଟିଆ କେତେ ଗୁରୁତ୍ୱପୂର୍ଣ୍ଣ, ତାହା ଆମେ ସମସ୍ତେ ଜାଣିଛନ୍ତି । କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ । ଓଡ଼ିଆ ଭାବେ କୋଟିଆକୁ ନେଇ ଦୀର୍ଘ ସମୟ ଧରି ଦେଖାଯାଇଥିବା ସୀମା ବିବାଦ ନିଶ୍ଚୟ ଭାବେ ଚିନ୍ତାଜନକ । ଦଳ ମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥ ପାଇଁ ଏକାଠି ହୋଇ ମିଳିତ ଭାବେ ସମାଧାନ କରିବାର ଆବଶ୍ୟକତା ରହିଛି ।

ମୁଁ ଏପ୍ରିଲ ୨୦୧୮, ଫେବୃୟାରୀ ୨୦୧୯, ଏପ୍ରିଲ ୨୦୨୩ରେ କୋଟିଆ ଗ୍ରାମକୁ ଗସ୍ତ କରିଥିଲି । ଏହି ଅଞ୍ଚଳରେ ଆନ୍ଧ୍ରପ୍ରଦେଶର ହସ୍ତକ୍ଷେପ ତଥା ସୀମା ବିବାଦକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ସେପ୍ଟେମ୍ବର ୨୨,୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲି ।

ଏହି ଅଞ୍ଚଳର ସମସ୍ୟାର ସମାଧାନ କରିବା ପାଇଁ ରାଜନୈତିକ ବ୍ୟକ୍ତିବିଶେଷଙ୍କ ଦାୟିତ୍ୱ ଗୁରୁତ୍ୱପୂର୍ଣ୍ଣ । କଥାବାର୍ତ୍ତା ମାଧ୍ୟମରେ ଆମକୁ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ତିଆରି କରି ସମାଧାନର ବାଟ କାଢ଼ିବା ଆବଶ୍ୟକ ।  

ଓଡ଼ିଶାର ଭୌଗୋଳିକ ସୀମାକୁ ସୁରକ୍ଷିତ ରଖିବା ପାଇଁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱଭାବକବି ଗଙ୍ଗାଧର ମେହେର, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ତ୍ୟାଗ ଓ ବଳିଦାନ ବ୍ୟର୍ଥ ଯିବ ନାହିଁ । ଓଡ଼ିଆ ଅସ୍ମିତା ପାଇଁ ଆମର ଲଢ଼େଇ ଜାରି ରହିବ । ଓଡ଼ିଶାର ଏକତା ଓ ଅଖଣ୍ଡତାକୁ ରକ୍ଷା କରିବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ।

— Dharmendra Pradhan (@dpradhanbjp) October 21, 2026

Add Zee News as a Preferred Source
TAGS:

About the Author

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ZEENEWS TRENDING STORIES