ବୈଜ୍ଞାନିକଙ୍କୁ ସମ୍ମାନିତ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଜୁନିଅର ବୈଜ୍ଞାନିକଙ୍କୁ ମିଳିବ ପ୍ରେରଣା
ଜୟଦେବ ଭବନରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ପକ୍ଷରୁ ଆୟୋଜିତ ''ବୈଜ୍ଞାନିକ ସମ୍ମାନନା ଓ ପୁରସ୍କାର ପ୍ରଦାନ ଉତ୍ସବ-୨୦୨୪''ରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବୈଜ୍ଞାନିକମାନଙ୍କୁ ପୁରସ୍କୃତ କରାଯାଇଛି।
ଭୁବନେଶ୍ୱର: (ମନୋଜ ମାଲିଆ) ବିଭିନ୍ନ କ୍ଷେତ୍ରରେ ଗବେଷଣା ଓ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ବୈଜ୍ଞାନିକଙ୍କୁ ସମ୍ମାନିତ କରାଯାଇଛି। ଭୁବନେଶ୍ୱର ଜୟଦେବ ଭବନରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ପକ୍ଷରୁ ଆୟୋଜିତ ''ବୈଜ୍ଞାନିକ ସମ୍ମାନନା ଓ ପୁରସ୍କାର ପ୍ରଦାନ ଉତ୍ସବ-୨୦୨୪''ରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବୈଜ୍ଞାନିକମାନଙ୍କୁ ପୁରସ୍କୃତ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ବୈଜ୍ଞାନିକମାନଙ୍କୁ ସମ୍ମାନିତ କରିଥିଲେ। ବୈଜ୍ଞାନିକମାନଙ୍କ ଗବେଷଣା, ନୂତନ ଉଦ୍ଭାବନ ଓ ସମାଜ ପ୍ରତି ଥିବା ଅବଦାନକୁ ସ୍ୱୀକୃତି ଦେବା ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ।
ଏହି ସମ୍ମାନ ଓ ପୁରସ୍କାର ଆଗାମୀ ପିଢ଼ିର ଜୁନିଅର ବୈଜ୍ଞାନିକମାନଙ୍କୁ ଗବେଷଣା କ୍ଷେତ୍ରରେ ଆଗକୁ ବଢ଼ିବା ଏବଂ ନୂଆ ନୂଆ ଉଦ୍ଭାବନ କରିବା ପାଇଁ ପ୍ରେରଣା ଯୋଗାଇବ। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ବିକାଶରେ ଯୁବ ବୈଜ୍ଞାନିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ରଖିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
Also Read- ଗ୍ରୀସର କ୍ରେଟ୍ ଦ୍ୱୀପ ନିକଟରେ ପ୍ରବାସୀ ଡଙ୍ଗା, ମିଳିଲା ୨୦ ମୃତଦେହ
Also Read- ଜେଲ୍ ଗଲେ ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓ