SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Odisha News: ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା , ଅଭିଯାନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Odisha News:ଏସହର ଆମର ଏବଂ ଏହାର ସ୍ୱଚ୍ଛତାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର। ବର୍ତ୍ତମାନ ଦେଶର ସ୍ୱଚ୍ଛତା Ranking ରେ ଭୁବନେଶ୍ୱର ନବମ ସ୍ଥାନରେ ରହିଛି। ଯଦି ଆମେ ସମସ୍ତେ ବ୍ୟକ୍ତିଗତ ଭାବେ ନିଜ ନିଜର ଦାୟିତ୍ୱ ସଠିକ୍ ଭାବେ ତୁଲାଇବା, ତେବେ ଆମ ସହର ଦେଶର ସବୁଠାରୁ ସ୍ୱଚ୍ଛ ଓ ସୁନ୍ଦର ହୋଇ ପ୍ରଥମ ସ୍ଥାନ ହାସଲ କରିବ।

Written By Narmada Behera Edited By Narmada Behera
Published: Oct 01, 2026, 02:16 PM IST | Updated: Oct 01, 2026, 02:18 PM IST
Image Credit: Odisha News:ଏସହର ଆମର ଏବଂ ଏହାର ସ୍ୱଚ୍ଛତାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର। ବର୍ତ୍ତମାନ ଦେଶର ସ୍ୱଚ୍ଛତା Ranking ରେ ଭୁବନେଶ୍ୱର ନବମ ସ୍ଥାନରେ ରହିଛି। ଯଦି ଆମେ ସମସ୍ତେ ବ୍ୟକ୍ତିଗତ ଭାବେ ନିଜ ନିଜର ଦାୟିତ୍ୱ ସଠିକ୍ ଭାବେ ତୁଲାଇବା, ତେବେ ଆମ ସହର ଦେଶର ସବୁଠାରୁ ସ୍ୱଚ୍ଛ ଓ ସୁନ୍ଦର ହୋଇ ପ୍ରଥମ ସ୍ଥାନ ହାସଲ କରିବ।
Join

Odisha News:ଏସହର ଆମର ଏବଂ ଏହାର ସ୍ୱଚ୍ଛତାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର। ବର୍ତ୍ତମାନ ଦେଶର ସ୍ୱଚ୍ଛତା Ranking ରେ ଭୁବନେଶ୍ୱର ନବମ ସ୍ଥାନରେ ରହିଛି। ଯଦି ଆମେ ସମସ୍ତେ ବ୍ୟକ୍ତିଗତ ଭାବେ ନିଜ ନିଜର ଦାୟିତ୍ୱ ସଠିକ୍ ଭାବେ ତୁଲାଇବା, ତେବେ ଆମ ସହର ଦେଶର ସବୁଠାରୁ ସ୍ୱଚ୍ଛ ଓ ସୁନ୍ଦର ହୋଇ ପ୍ରଥମ ସ୍ଥାନ ହାସଲ କରିବ।

ଆଜି ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଖଣ୍ଡଗିରିଠାରେ ଆୟୋଜିତ ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହା  କହିଛନ୍ତି ।

ସହରର ସ୍ୱଚ୍ଛତା ପାଇଁ ପ୍ରତ୍ୟେକ ନାଗରିକଙ୍କୁ ସଚେତନ ହେବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ଯେପରି ନିଜ ଘର, ବାଡ଼ି, ଦାଣ୍ଡ ଓ ଅଗଣା ସଫା ରଖୁଛୁ, ସେହିପରି ଆମ ଦୃଷ୍ଟିକୋଣକୁ ଆଉ ଟିକିଏ ପ୍ରସାରିତ କରିବା ଆବଶ୍ୟକ। ଘର ଆଗ ରାସ୍ତା ଓ ନିଜ କଲୋନୀକୁ ସଫା ରଖିବାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର। ସଫେଇ କର୍ମଚାରୀମାନଙ୍କ କାର୍ଯ୍ୟରେ ଯୋଡ଼ିହୋଇ ଘରର ଓଦା ଓ ଶୁଖିଲା ଆବର୍ଜନାକୁ ଅଲଗା କରି ନିୟମିତ ସଫେଇ ଗାଡ଼ିକୁ ଦେବା ଏବଂ ରାସ୍ତାରେ ଅଳିଆ ନ ଫିଙ୍ଗି ଅନ୍ୟମାନଙ୍କୁ ମଧ୍ୟ ବାରଣ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ଦେଶର ସ୍ୱାଧୀନତା ପୂର୍ବରୁ ମହାତ୍ମା ଗାନ୍ଧୀ ସ୍ୱଚ୍ଛତା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇଥିଲେ । ମାତ୍ର ୨୦୧୪ ମସିହାରୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗାନ୍ଧୀଜୀଙ୍କ ଏହି ସ୍ୱପ୍ନର ସଫଳ ରୂପାୟନ କରି ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ମାଧ୍ୟମରେ ଏହାକୁ ଏକ ବ୍ୟାପକ ଜନ ଆନ୍ଦୋଳନରେ ପରିଣତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି ଯେ, ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ଆଜିର ଏହି ସ୍ୱତନ୍ତ୍ର ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ କାର୍ଯ୍ୟକ୍ରମ ସମଗ୍ର ସମାଜକୁ ସ୍ୱଚ୍ଛତା ସହିତ ଯୋଡ଼ିବାର ଏକ ଅଭିନବ ଓ ପ୍ରଶଂସନୀୟ ଉଦ୍ୟମ। ଆମର ପ୍ରିୟ ଭୁବନେଶ୍ୱର ସହର ପୂର୍ବ ଅପେକ୍ଷା ଅଧିକ ସ୍ୱଚ୍ଛ ଓ ସୁନ୍ଦର ହୋଇପାରିଥିବାରୁ, ଏହାର ଶ୍ରେୟ ସଫେଇ ମିତ୍ରମାନଙ୍କୁ ଦେବା ସହ  ସେମାନଙ୍କ ନିରବଚ୍ଛିନ୍ନ ସେବା ପାଇଁ ମୁଖ୍ୟମନ୍ତ୍ରୀ  ଧନ୍ୟବାଦ ଜଣାଇଛନ୍ତି। ସେ ସଫେଇ ମିତ୍ରମାନଙ୍କ ସାମାଜିକ ସୁରକ୍ଷା ଓ ସେମାନଙ୍କୁ ବାସଗୃହ ଯୋଗାଇଦେବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି ବୋଲି  ପ୍ରକାଶ କରିଛନ୍ତି।

ଏହାସହ ଦେଶର ୫୦ଟି ‘ମଡେଲ ସାନିଟେସନ ସିଟି’ ଭାବେ ବିକଶିତ ହେବା ପାଇଁ ଓଡ଼ିଶାର ଦୁଇଟି ପ୍ରମୁଖ ସହର ଭୁବନେଶ୍ୱର ଓ ପୁରୀ ମନୋନୀତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଉଭୟ ମହାନଗର ନିଗମର କର୍ତ୍ତୃପକ୍ଷ, ଅଧିକାରୀ ଏବଂ ବିଶେଷ ଭାବେ ସଫେଇ ମିତ୍ରମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ସମାଜସେବୀ ଶ୍ରୀ ଜଗନ୍ନାଥ ପ୍ରଧାନ,  ବିଏମସି କମିଶନର ଶ୍ରୀ ଚଞ୍ଚଲ ରାଣା, କର୍ପୋରେଟର, ବିଏମସି କର୍ମଚାରୀ ସମେତ ସଫେଇ ମିତ୍ର ପ୍ରମୁଖ ଉପସ୍ଥିତ ଥିଲେ।

 

Add Zee News as a Preferred Source
TAGS:

About the Author

ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
Read More

ZEENEWS TRENDING STORIES