• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ପୁରୀ
  • /Puri News: ପବିତ୍ର ମୂଳାଷ୍ଟମୀ,ଆଜିଠୁ ମା’ ବିମଳାଙ୍କ ଷୋଡଶ ଦିନାତ୍ମକ ପୂଜା

Puri News: ପବିତ୍ର ମୂଳାଷ୍ଟମୀ,ଆଜିଠୁ ମା’ ବିମଳାଙ୍କ ଷୋଡଶ ଦିନାତ୍ମକ ପୂଜା

Puri News: ଆଜିଠାରୁ ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା ବିମଳାଙ୍କ ପାଖରେ ଆରମ୍ଭ ହେବ ଷୋଡ଼ଶଦିନାତ୍ମକ ପୂଜା । ଆଜି ଆଶ୍ୱିନ କୃଷ୍ଣ ଅଷ୍ଟମୀ ବା ମୂଳାଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମା'' ବିମଳାଙ୍କ ପିଠରେ ସହସ୍ରକୁମ୍ଭାଭିଷେକ ଏବଂ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ ହେବ।

Reported BySanjaya Kumar MohapatraEdited ByNarmada Behera
Published: Oct 03, 2026, 10:24 AM IST|Updated: Oct 03, 2026, 10:25 AM IST
joinshare
Puri News: ପବିତ୍ର ମୂଳାଷ୍ଟମୀ,ଆଜିଠୁ ମା’ ବିମଳାଙ୍କ ଷୋଡଶ ଦିନାତ୍ମକ ପୂଜା
Image Credit: ଆଜିଠାରୁ ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା ବିମଳାଙ୍କ ପାଖରେ ଆରମ୍ଭ ହେବ ଷୋଡ଼ଶଦିନାତ୍ମକ ପୂଜା । ଆଜି ଆଶ୍ୱିନ କୃଷ୍ଣ ଅଷ୍ଟମୀ ବା ମୂଳାଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମା'' ବିମଳାଙ୍କ ପିଠରେ ସହସ୍ରକୁମ୍ଭାଭିଷେକ ଏବଂ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ ହେବ।

About the Author

    Sanjaya Kumar Mohapatra

    Sanjaya Kumar Mohapatra

    Sanjaya Kumar Mohapatra
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Puri News: ଆଜିଠାରୁ ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା ବିମଳାଙ୍କ ପାଖରେ ଆରମ୍ଭ ହେବ ଷୋଡ଼ଶଦିନାତ୍ମକ ପୂଜା । ଆଜି ଆଶ୍ୱିନ କୃଷ୍ଣ ଅଷ୍ଟମୀ ବା ମୂଳାଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମା'' ବିମଳାଙ୍କ ପିଠରେ ସହସ୍ରକୁମ୍ଭାଭିଷେକ ଏବଂ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ ହେବ।ମୂଳାଷ୍ଟମୀ ଠାରୁ ଆଶ୍ଵିନ ଶୁକ୍ଳ ନବମୀ ପର୍ଯ୍ୟନ୍ତ ଷୋଳ ଦିନ ଠାକୁରାଣୀଙ୍କ ବିଶେଷ ପୂଜା ହେବ ଶ୍ରୀମନ୍ଦିର ସ୍ୱତ୍ୱଲିପି ମୁତାବକ ଏହି ୧୬ ଦିନ ସ୍ତ୍ରୀ ଲୋକଙ୍କ ପାଇଁ ବିମଳା ମନ୍ଦିର ପ୍ରବେଶ ନିଷେଧ ଥାଏ ।

    ଏହି ଅବସରରେ ଗଜପତିଙ୍କ ଶ୍ରନଅରରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରାଯାଇ ରାଜଗୁରୁ ପୁରୋହିତଙ୍କୁ ପ୍ରଦାନ କରାଯିବ ଗଜପତିଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ଏବଂ ନଡ଼ିଆ । ଏହାପରେ ଏହି ଗୁଆ ଏବଂ ନଡ଼ିଆ ଦେଇ ରାଜଗୁରୁ ପୁରୋହିତ ଗଜପତି ମହାରାଜଙ୍କ ପ୍ରତିନିଧୀ ଭାବେ ବ୍ରାହ୍ମଣ ମାନଙ୍କୁ ବରଣ କରିବେ । ବିମଳାଙ୍କ ପୀଠ ପାଇଁ ଜଣେ ପୂଜକ, ଜଣେ ପରିଚ୍ଛା, ଚଣ୍ଡୀପାଠ, ସହସ୍ରନାମ ପାଠକ ଏବଂ ମନ୍ତ୍ରଯାପକଙ୍କୁ ବରଣ କରିବେ ରାଜଗୁରୁ ପୁରୋହିତ ।

    ଏଥି ସହିତ ଶ୍ରୀମନ୍ଦିର ବେଢା ପରିସରରେ ମା’ ଭୁବନେଶ୍ୱରୀ, ମା’ ବାଟମଙ୍ଗଳା ଏବଂ ମା’ ଉତ୍ତରାୟଣୀଙ୍କ ପୀଠ ନିମନ୍ତେ ମଧ୍ୟ ପୂଜକ ଏବଂ ଚଣ୍ଡୀପାଠକ ବରଣ କରାଯିବେ । ଶ୍ରୀକ୍ଷେତ୍ର ମଧ୍ୟରେ ଆଳମଚଣ୍ଡୀ, କପିଳେଶ୍ୱର ଶାସନର ପଞ୍ଚମୁଖୀ ଠାକୁରାଣୀ, ଦକ୍ଷିଣକାଳୀ ଭଳି ଅନେକ ଶକ୍ତିପୀଠ ରହିଛି ।ସେପଟେ ଶାରଦୀୟ ପୂଜାର୍ଚ୍ଚନା ଶୁଭାରମ୍ଭ ହେବାପରେ ମହାସପ୍ତମୀ, ମହାଷ୍ଟମୀ ଓ ମହାନବମୀର ସ୍ୱତନ୍ତ୍ର ପୂଜା ହେବ ।ଦଶହରାରେ ଆୟୁଧ ପୂଜା ଅନୁଷ୍ଠିତ ହେବ ।

     

    Add Zee News as a Preferred Source
    TAGS:
    Odia News