• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ସମ୍ବଲପୁର
  • /ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଚାଞ୍ଚଲ୍ୟ! ପ୍ରଫେସରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୀମସାରରେ ଭର୍ତ୍ତି

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଚାଞ୍ଚଲ୍ୟ! ପ୍ରଫେସରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୀମସାରରେ ଭର୍ତ୍ତି

ଛୁରାମାଡ଼ରେ ପ୍ରଫେସର ସାହୁଙ୍କ ପେଟ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବୁର୍ଲା ଭୀମସାର ମେଡିକାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

Reported ByAjaya Kumar NathEdited ByPriyambada Rana
Published: Oct 30, 2026, 04:16 PM IST|Updated: Oct 30, 2026, 04:19 PM IST
joinshare
ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଚାଞ୍ଚଲ୍ୟ! ପ୍ରଫେସରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୀମସାରରେ ଭର୍ତ୍ତି
Image Credit: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଚାଞ୍ଚଲ୍ୟ! ପ୍ରଫେସରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୀମସାରରେ ଭର୍ତ୍ତି

About the Author

    Ajaya Kumar Nath

    Ajaya Kumar Nath

    Ajaya Kumar Nath
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଭାବନୀୟ ଘଟଣା। ବିଶ୍ୱବିଦ୍ୟାଳୟର ରାସାୟନିକ ବିଜ୍ଞାନ (Chemistry) ବିଭାଗର ମୁଖ୍ୟ ତଥା ପ୍ରଫେସର ସତ୍ୟନାରାୟଣ ସାହୁଙ୍କୁ ଛୁରାମାଡ଼ ହୋଇଛି। ଜଣେ ଅବସରପ୍ରାପ୍ତ ସଫେଇ କର୍ମଚାରୀ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ପ୍ରଫେସର ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ବୁର୍ଲାସ୍ଥିତ ଭୀମସାରରେ ଭର୍ତ୍ତି କରାଯାଇଛି। ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟ ପରିସରରେ ଚାଞ୍ଚଲ୍ୟ ଖେଳିଯାଇଛି।

    ସୂଚନା ଅନୁଯାୟୀ, ଶୁକ୍ରବାର ପୂର୍ବାହ୍ନରେ ଅଭିଯୁକ୍ତ କୃପାସିନ୍ଧୁ ବାଗ ହଠାତ୍‌ ରାସାୟନିକ ବିଜ୍ଞାନ ବିଭାଗରେ ପ୍ରବେଶ କରିଥିଲେ। ସେଠାରୁ ସେ ସିଧାସଳଖ ବିଭାଗୀୟ ମୁଖ୍ୟ ପ୍ରଫେସର ସତ୍ୟନାରାୟଣ ସାହୁଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ଅଫିସ କକ୍ଷରେ ହିଁ ଏକ ଛୁରିରେ ପ୍ରଫେସରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

    ଛୁରାମାଡ଼ରେ ପ୍ରଫେସର ସାହୁଙ୍କ ପେଟ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବୁର୍ଲା ଭୀମସାର ମେଡିକାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

    ଅନ୍ୟପକ୍ଷରେ, ଆକ୍ରମଣ ଅଭିଯୋଗରେ ପୋଲିସ କୃପାସିନ୍ଧୁ ବାଗଙ୍କୁ ଅଟକ ରଖିଛି। ଅଭିଯୁକ୍ତ ଜଣକ ପୂର୍ବରୁ ବିଶ୍ୱବିଦ୍ୟାଳୟରେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ଏବଂ ବର୍ତ୍ତମାନ ଅବସର ନେଇଥିବା ଜଣାପଡ଼ିଛି। ତାଙ୍କର ପୂର୍ବ ଆଚରଣକୁ ନେଇ ମଧ୍ୟ କିଛି ଅଭିଯୋଗ ଥିବା ସୂଚନା ମିଳିଛି।

    ତେବେ କେଉଁ କାରଣରୁ ଅଭିଯୁକ୍ତ ଏଭଳି ଆକ୍ରମଣ କଲେ, ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଛୁରାମାଡ଼ ପଛର ପ୍ରକୃତ କାରଣ ଖୋଜୁଛି।

    Add Zee News as a Preferred Source
    TAGS:
    Odia News