Mangal Guru Yuti 2026: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ , ନଭେମ୍ବର ୧୨ ତାରିଖ ଦିନ ମଙ୍ଗଳ କର୍କଟ ରାଶିରୁ ବାହାରି ସିଂହ ରାଶିରେ ବିରାଜମାନ କରିବେ। ଯେଉଁ ରାଶିରେ କି ପୂର୍ବରୁ ବୃହସ୍ପତି ଅଛନ୍ତି। ଗୋଟିଏ ରାଶିରେ ମଙ୍ଗଳ-ବୃହସ୍ପତିଙ୍କ ମିଳନ ଦୁର୍ଲଭ ଯୋଗ ବା ମଙ୍ଗଳ ବୃହସ୍ପତି ୟୁତି ଯୋଗ ସୃଷ୍ଟି ହେଉଛି। ଏହି ଦୁର୍ଲଭ ଯୋଗ କିଛି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଉଜ୍ଜଳ ହେବାକୁ ଯାଉଛି।...
କର୍କଟ-: ମଙ୍ଗଳ ଗୁରୁ ୟୁତି ଏହି ରାଶିଙ୍କ ପାଇଁ ବେଶ୍ ଶୁଭଦାୟୀ ରହିବ। ବିଶେଷକରି, ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସହ ଭଲ ସମୟ ଅତିବାହିତ କରିବେ। ଧାର୍ମିକ ଯାତ୍ରାରେ ଯାଇପାରନ୍ତି। କର୍ମକ୍ଷେତ୍ରରେ କଠିନ ପରିଶ୍ରମର ଫଳ ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ସମର୍ଥନ ପାଇବେ। ବ୍ୟବସାୟୀଙ୍କ ଲାଗି ସମୟ ଅନୁକୂଳ ରହିବ। ପୁରୁଣା ନିବେଶରୁ ଲାଭ ପାଇବେ। ପାରିବାରିକ ଜୀବନରେ ଖୁସିର ପରିବେଶ ଦେଖିବାକୁ ମିଳିବ।
ତୁଳା-: ମଙ୍ଗଳ ଗୁରୁ ୟୁତି ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ଯେଉଁକାମରେ ହାତଦେବେ ,ସେଥିରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ବଦଳିବ। କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଅନୁକୂଳ ରହିବ। ଯେଉଁମାନେ ଦିର୍ଘ ଦିନ ଧରି ଚାକିରି ଖୋଜୁଛନ୍ତି, ସେମାନଙ୍କୁ କୌଣସି ଏକ ଭଲ କମ୍ପାନୀରୁ ଲାଭ ପାଇବେ। ପୌତୃକ ସମ୍ପତ୍ତି ରୁ ଲାଭ ପାଇବେ। ଧାର୍ମିକ କାର୍ଯ୍ୟକଳାପ ପ୍ରତି ମନ ବଳିବ। ସ୍ବାସ୍ଥ୍ୟ ଭଲ ରହିବ। ପ୍ରେମୀମାନଙ୍କ ଲାଗି ସମୟ ଅନୁକୂଳ ରହିବ।
ବିଛା-: ମଙ୍ଗଳ ବୃହସ୍ପତି ୟୁତି ଏହି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ପରିବାର ସହ ହୋଇଥିବା ମତଭେଦ ଦୂର ହେବ। କମ୍ପିଟେଟିଭ୍ ଏକଜାମ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ଲାଗି ସମୟ ଅନୁକୂଳ ରହିବ। କର୍ମକ୍ଷେତ୍ରରୁ ଶୁଭଫଳ ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ସେୟାର ବଜାରରୁ ଲାଭବାନ୍ ହେବେ। ପ୍ରେମୀମାନଙ୍କ ଲାଗି ସମୟ ଅନୁକୂଳ ରହିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)