SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Shani Nakshatra Gochar 2026: ଶନିଦେବ ଚଳାଇବେ ବଡ଼ ଚାଲ୍, ୩ରାଶିଙ୍କ ଫିଟିବ ଭାଗ୍ୟ,୨୦୨୭ ଯାଏଁ ରହିବେ ଧନୀ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ନ୍ୟାୟର ଦେବତା ଶନିଦେବ ଅକ୍ଟୋବର ୯ ତାରିଖ ଦିନ ଶନି ଉତ୍ତରଭଦ୍ରପଦା ନକ୍ଷତ୍ରକୁ ପ୍ରବେଶ କରିଛନ୍ତି। ସେ ଏହି ରାଶିରେ ୮ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ରହିବେ। ଶନିଙ୍କ ଏହି ନକ୍ଷତ୍ର ପରିବର୍ତ୍ତନ କିଛି ରାଶିଙ୍କ ପାଇଁ ବେଶ୍ ଫଳଦାୟୀ ସାବ୍ୟସ୍ତ ହେବ।

Written By Narmada Behera Edited By Narmada Behera
Published: Oct 09, 2026, 04:59 PM IST | Updated: Oct 09, 2026, 05:01 PM IST
Image Credit: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ନ୍ୟାୟର ଦେବତା ଶନିଦେବ ଅକ୍ଟୋବର ୯ ତାରିଖ ଦିନ ଶନି ଉତ୍ତରଭଦ୍ରପଦା ନକ୍ଷତ୍ରକୁ ପ୍ରବେଶ କରିଛନ୍ତି। ସେ ଏହି ରାଶିରେ ୮ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ରହିବେ। ଶନିଙ୍କ ଏହି ନକ୍ଷତ୍ର ପରିବର୍ତ୍ତନ କିଛି ରାଶିଙ୍କ ପାଇଁ ବେଶ୍ ଫଳଦାୟୀ ସାବ୍ୟସ୍ତ ହେବ।
Join

Shani Nakshatra Gochar 2026: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ନ୍ୟାୟର ଦେବତା ଶନିଦେବ  ଅକ୍ଟୋବର ୯ ତାରିଖ ଦିନ ଶନି ଉତ୍ତରଭଦ୍ରପଦା ନକ୍ଷତ୍ରକୁ ପ୍ରବେଶ କରିଛନ୍ତି। ସେ ଏହି ରାଶିରେ ୮ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ରହିବେ। ଶନିଙ୍କ ଏହି ନକ୍ଷତ୍ର ପରିବର୍ତ୍ତନ କିଛି ରାଶିଙ୍କ ପାଇଁ ବେଶ୍ ଫଳଦାୟୀ ସାବ୍ୟସ୍ତ ହେବ।  ଯଦି ଜାତକରେ ଶନିଙ୍କ ସ୍ଥିତି ମଜବୁତ୍ ରହେ। ସେ ରାଶିରେ ବ୍ୟକ୍ତି ଆକସ୍ମିକ ଦୁର୍ଘଟଣାରୁ ମୁକ୍ତି ପାଇବା ସହ ଅମାଧ ଧନ ଐଶ୍ବର୍ଯ୍ୟର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...

ମେଷ-: ମେଷ ରାଶିଙ୍କ ନକ୍ଷତ୍ର ଚଳନ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ବିଶେଷକରି,ଏହି ସମୟ ମଧ୍ୟରେ ଆପଣଙ୍କ ସ୍ଥଗିତ କାର୍ଯ୍ୟ ପୂରା ହେବ। ବ୍ୟବସାୟୀ ପାର୍ଟନରଙ୍କ ଦ୍ବାରା ଉପକୃତ ହବେ। କିଛି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରନ୍ତି।  ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ। କଠିନ ପରିଶ୍ରମର ଫଳ ପାଇବେ। ଜଣେ ପ୍ରଭାବଶାଳୀ ଲୋକଙ୍କ ସହ ସାକ୍ଷାତ ହେବ। ପରିବାର ସହ ଦୂରଯାତ୍ରା କରିପାରନ୍ତି। ପରିବାର ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। ନିଜ ସାଥୀଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ସ୍ବାସ୍ଥ୍ୟ ଭଲ ରହିବ। ଜମି କିଣିବାର ପ୍ଲାନ୍ କରିପାରନ୍ତି।


ସିଂହ-: ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ପୁରୁଣା ରୋଗରୁ ମୁକ୍ତି ମିଳିବ। ଦିର୍ଘ ଦିନ ଧରି ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ବରିଷ୍ଠ ଅଧିକାରୀଙ୍କ ଠାରୁ ସମର୍ଥନ ପାଇବା ସହ ପ୍ରଂଶସା ପାଇବେ।  ଏହି ସମୟ ମଧ୍ୟରେ ଆତ୍ମବିଶ୍ବାସ ବୃଦ୍ଧି ପାଇବ। ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥାରେ ସୁଧାର ଆସିବ। ଦିର୍ଘ ଦିନ ଧରି ଜୀବନରେ ଲାଗି ରହିଥିବା ସମସ୍ୟାର ସମାଧାନ୍ ହେବ। ପ୍ରାଇଭେଟ୍ ଚାକିରି କରୁଥିବା ଲୋକେ କୌଣସି ଏକ ସଂସ୍ଥାରୁ ଭଲ ଚାକିରି ଅଫର ପାଇବେ। ସରକାରୀ ଚାକିରି ପାଇଁ ସ୍ବପ୍ନ ଦେଖୁଥିବା ଆଶାୟୀଙ୍କ ଆଶା ପୂରା ହେବ।

ମକର-: ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶି ପାଇଁ ବେଶ୍ ଶୁଭ ରହିବ। କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଖାସ୍ ରହିବ। ଆୟର ନୂତନ ଉତ୍ସ ଖୋଲିବ। ଚା-କିରି କରୁଥିବା ଲୋକେ କଠିନ ପରିଶ୍ରମର ଫଳ ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ଦ୍ବାରା ସମ୍ମାନୀତ ହେବେ। ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥାରେ ସୁଧାର ଆସିବ। ଧୌର୍ଯ୍ୟ ଓ ନିଷ୍ଠା ଆପଣଙ୍କୁ ପ୍ରତ୍ୟକ କ୍ଷେତ୍ରରେ  ଭଲ ଫଳ ଦେବ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରୁଥିବା ଲୋକଙ୍କ ପାଇଁ ସମୟ ଅନୁକୂଳ ରହିବ। ଏହି ସମୟରେ ଆରମ୍ଭ କଲେ ଭଲ ଦ୍ବି-ପଇସା ଲାଭ ପାଇବେ। କୌଣସି ଗୁରୁତ୍ବପୂର୍ଣ୍ଣ ନିସ୍ପତ୍ତି ନେଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ। ନୂଆ ଘର ଓ ଗାଡ଼ି କିଣିବେ।

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

Add Zee News as a Preferred Source
TAGS:

About the Author

ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
Read More

ZEENEWS TRENDING STORIES