SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Gajkesari Yog 2026: ନବରାତ୍ରୀରେ ପଡି଼ଛି ଦୁଇଟି ଦୁର୍ଲଭ ଯୋଗ, ଚମକିବ ୪ ରାଶିଙ୍କ ଭାଗ୍ୟ ସହ ମିଳିବ ପୁଳା ପୁଳା ଟଙ୍କା!

Gajkesari Yog 2026: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଶାରଦୀୟ ପୂଜାରେ ଅର୍ଥାତ୍ ନବରାତ୍ରୀରେ ୨ଟି ଦୁର୍ଲଭ ସଂଯୋଗ ଘଟୁଛି। ଗଜକେଶରୀ ଯୋଗ ଓ ବୁଦ୍ଧାଦିତ୍ୟ ଯୋଗ । ଏହି ୨ ଦୁର୍ଲଭ ଯୋଗ କିଛି ରାଶିଙ୍କ ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ଯଦି ଜାତକରେ ବୁଧ ଓ ଶୁକ୍ରଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଅମାପ ଧନ-ଐଶ୍ବର୍ଯ୍ୟର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...

Written By Narmada Behera Edited By Narmada Behera
Published: Oct 12, 2026, 04:10 PM IST | Updated: Oct 12, 2026, 04:12 PM IST
Image Credit: ନବରାତ୍ରୀରେ ପଡି଼ଛି ଦୁଇଟି ଦୁର୍ଲଭ ଯୋଗ, ଚମକିବ ୪ ରାଶିଙ୍କ ଭାଗ୍ୟ ସହ ମିଳିବ ପୁଳା ପୁଳା ଟଙ୍କା!
Join

Gajkesari Yog 2026: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଶାରଦୀୟ ପୂଜାରେ ଅର୍ଥାତ୍ ନବରାତ୍ରୀରେ ୨ଟି ଦୁର୍ଲଭ ସଂଯୋଗ ଘଟୁଛି। ଗଜକେଶରୀ ଯୋଗ ଓ ବୁଦ୍ଧାଦିତ୍ୟ ଯୋଗ । ଏହି ୨ ଦୁର୍ଲଭ ଯୋଗ କିଛି ରାଶିଙ୍କ ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ଯଦି ଜାତକରେ ବୁଧ ଓ ଶୁକ୍ରଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଅମାପ ଧନ-ଐଶ୍ବର୍ଯ୍ୟର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...

ମେଷ-: ନବରାତ୍ରୀରେ ପଡୁଥିବା ଦୁଇଟି ଦୁର୍ଲଭ ଯୋଗ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ବିଶେଷକରି,ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ। ପୁରୁଣା ବିନିଯୋଗରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ଅନ୍ତ ଘଟିବ। ଯେଉଁମାନେ ଦିର୍ଘ ଦିନ ଧରି ନୂଆ  ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ଭଲ ସ୍ଥାନରୁ ଚାକିରି ମିଳିବ। ପରିବାର ଲୋକଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। ନିଜ ପ୍ରେମିକାଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ସ୍ବାସ୍ଥ୍ୟ ଭଲ ରହିବା ସହ ପିତାମାତାଙ୍କ ଦେହମନ ଭଲ ରହିବ। ନିଜ ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ।

ମିଥୁନ-:ନବରାତ୍ରୀରେ ପଡୁଥିବା ଦୁର୍ଲଭ ଯୋଗ ଏହି ରାଶିଙ୍କ ପାଇଁ ବେଶ୍ ଶୁଭଫଳ ପ୍ରଦାନ କରିବ। କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ। ବରିଷ୍ଠ ଅଧିକାରୀଙ୍କ ଠାରୁ ପୂର୍ଣ୍ଣ ସମର୍ଥନ ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ପ୍ରତ୍ୟକ କାର୍ଯ୍ୟରେ ପରିବାର ଲୋକଙ୍କ ସମର୍ଥନ ମିଳିବ। ବ୍ୟବସାୟୀମାନଙ୍କ ଲାଗି ସମୟ ଅନୁକୂଳ ରହିବ। ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ମୋଟାଅଙ୍କର ଟଙ୍କା ଲାଭ ମିଳିବ। ନୂଆ ଘର କି ଗାଡ଼ି କିଣିପାରନ୍ତି। ଏହି ସମୟରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ହେଲେ, ପ୍ରେମୀମାନଙ୍କ ଲାଗି ସମୟ ଆଦୌ ଭଲ ରହିବ ନାହିଁ। ସ୍ବାସ୍ଥ୍ୟ ଭଲ ରହିବ।

ସିଂହ-: ନବରାତ୍ରୀରେ ପଡିଥିବା ଦୁର୍ଲଭ ଯୋଗ ଏହି ରାଶିଙ୍କ ପାଇଁ ବେଶ୍ ଫଳଦାୟୀ ରହିବ। ବିଶେଷକରି, ଆର୍ଥିକ ସ୍ଥିତିରେ ବେଶ୍ ସୁଧାର ଆସିବ। ଯଦି ଯେଉଁମାନେ ଚାକିରି ପରିବର୍ତ୍ତନ କରିବାକୁ ଯୋଜନା କରୁଛନ୍ତି, ଏହି ସମୟରେ କରନ୍ତୁ ସମୟ ଅନୁକୂଳ ରହିଛି। ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ଅଧିକ ଲାଭ ପାଇବେ। ରିୟଲି-ଇ-ଷ୍ଟେଟ୍ ରେ କାର୍ଯ୍ୟରତ ଲୋକେ ଏହି ସମୟରେ ନୂଆ ପ୍ରୋଜେକ୍ଟ ମିଳିବ।  ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ସ୍ବାସ୍ଥ୍ୟ ଭଲ ରହିବ। ମାତାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ।


ତୁଳା-: ନବରାତ୍ରୀରେ ପଡୁଥିବା ଦୁର୍ଲଭ ଯୋଗ ଏହି ରାଶି ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ଚାକିରିରେ ପଦୋନ୍ନତି ମିଳିବା ସହ ଦରମାରେ ଅହେତୁକ ବୃଦ୍ଧି ହେବ।  ବ୍ୟବସାୟୀମାନେ ବଡ଼ ଡିଲ୍ ବ୍ୟବସାୟରେ ଫାଇନାଲ୍ କରିବେ। ଯେଉଁଥିରୁ ମୋଟାଅଙ୍କର ଲାଭ ପାଇବେ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନେ ରେଜଲ୍ଟ ଭଲ କରିବେ। ହେଲେ , ଅବିବାହିତ ଲୋକଙ୍କୁ ପାଇଁ ଭଲ ବିବାହ ପ୍ରସ୍ତାବ ଆସିବ ନାହିଁ। ପ୍ରେମୀମାନେ ନିଜ ସାଥୀଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ସ୍ବାସ୍ଥ୍ୟ ଭଲ ରହିବ।

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

Add Zee News as a Preferred Source
TAGS:

About the Author

ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
Read More

ZEENEWS TRENDING STORIES