Coast Guard Helicopter Deployed for Rescue: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଗମ୍ଭୀର ହୋଇଛି। ଗଞ୍ଜାମ ଜିଲ୍ଲାରେ ପ୍ରାୟ ୨ ହଜାର ଲୋକ ପାଣିଘେରରେ ଫସିଥିବାରୁ ଉଦ୍ଧାର କାର୍ଯ୍ୟ ପାଇଁ ଭାରତୀୟ କୋଷ୍ଟଗାର୍ଡର ହେଲିକପ୍ଟର ନିୟୋଜିତ ହୋଇଛି। ଗତ ୨୪ ଘଣ୍ଟାରେ ଗଞ୍ଜାମର ପାତ୍ରପୁରରେ ସର୍ବାଧିକ ୫୪୬ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ, କନ୍ଧମାଳର ଜି. ଉଦୟଗିରିରେ ୪୬୨.୪ ମିଲିମିଟର ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁଁ ଋଷିକୁଲ୍ୟା ଓ ବଂଶଧାରା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏହାଦ୍ୱାରା ଉଭୟ ଜିଲ୍ଲାର ପ୍ରାୟ ୧,୦୦୦ ଗାଁ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। ପ୍ରଶାସନ ପକ୍ଷରୁ